www.samajalive.in
Thursday, December 11, 2025
18.1 C
Bhubaneswar

ଜାତୀୟ ଶିକ୍ଷକ ଦିବସରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା : ‘ପିଏମ-ଶ୍ରୀ’ ଯୋଜନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଗୁରୁ ଦିବସ ଉପଲକ୍ଷେ ଉଦୀୟମାନ ଭାରତ ପାଇଁ ପ୍ରଧାନମନ୍ତ୍ରୀ ବିଦ୍ୟାଳୟ ଯୋଜନା ବା ପ୍ରଧାନମନ୍ତ୍ରୀ ସ୍କୁଲ୍‌ସ୍‌ ଫର୍‌ ରାଇଜିଂ ଇଣ୍ଡିଆ (ପିଏମ-ଶ୍ରୀ) ଯୋଜନାର ଘୋଷଣା କରିଛନ୍ତି । ଏହି ଯୋଜନା ଅଧୀନରେ ସାରା ଦେଶରେ ଥିବା ୧୪,୫୦୦ ବିଦ୍ୟାଳୟର ବିକାଶ ଓ ଉନ୍ନତିକରଣ କରାଯିବ ।

ପିଏମ-ଶ୍ରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ପାଇଁ ଆଧୁନିକ, ରୂପାନ୍ତରଶୀଳ ଏବଂ ସାମଗ୍ରିକ ପଦ୍ଧତିକୁ କାର୍ଯ୍ୟକାରୀ କରାଯିବ । ଶ୍ରୀ ମୋଦୀ କହିଛନ୍ତି ଯେ, ଜାତୀୟ ଶିକ୍ଷା ନୀତି ଅନୁରୂପ ସାରା ଭାରତର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ପିଏମ-ଶ୍ରୀ ବିଦ୍ୟାଳୟ ଲାଭାନ୍ବିତ କରିବ ।

- Advertisement -

ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି,

‘‘ଆଜି ଜାତୀୟ ଶିକ୍ଷା ଦିବସ ଅବସରରେ ସାରା ଭାରତର ୧୪,୫୦୦ ବିଦ୍ୟାଳୟର ବିକାଶ ଏବଂ ଉନ୍ନତିକରଣ ଲାଗି ଏକ ନୂଆ ଯୋଜନା – ଉଦୀୟମାନ ଭାରତ ପାଇଁ ପ୍ରଧାନମନ୍ତ୍ରୀ ବିଦ୍ୟାଳୟ ଯୋଜନା (ପିଏମ-ଶ୍ରୀ) ବିଷୟରେ ଘୋଷଣା କରି ମୁଁ ଆନନ୍ଦିତ ।  ଏସବୁ ଆଦର୍ଶ ବିଦ୍ୟାଳୟରେ ପରିଣତ ହେବା ସହିତ ଜାତୀୟ ଶିକ୍ଷା ନୀତିର ଉଦ୍ଦେଶ୍ୟକୁ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରିବାରେ ସହାୟକ ହେବେ ।’’

‘‘ପିଏମ-ଶ୍ରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ପାଇଁ ଆଧୁନିକ, ରୂପାନ୍ତରଶୀଳ ଏବଂ ସାମଗ୍ରିକ ପଦ୍ଧତିକୁ କାର୍ଯ୍ୟକାରୀ କରାଯିବ । ଆବିଷ୍କାର ଆଧାରିତ, ଅଧ୍ୟୟନ କୈନ୍ଦ୍ରିକ ଶିକ୍ଷାଦାନ ଉପରେ ଗୁରୁତ୍ବାରୋପ କରାଯିବ । ପ୍ରଯୁକ୍ତି, ସ୍ମାର୍ଟ ଶ୍ରେଣୀଗୃହ, କ୍ରୀଡ଼ା ଏବଂ ଆହୁରି ଅନ୍ୟାନ୍ୟ ସୁବିଧା ସମେତ ଆଧୁନିକ ଭିତ୍ତିଭୂମି ଉପରେ ଗୁରୁତ୍ବ ଦିଆଯିବ ।’’

‘‘ଜାତୀୟ ଶିକ୍ଷା ନୀତି ଗତ କିଛି ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିଛି । ପିଏମ-ଶ୍ରୀ ବିଦ୍ୟାଳୟଗୁଡ଼ିକ ଜାତୀୟ ଶିକ୍ଷା ନୀତି ଅନୁରୂପ ଦେଶର ଲକ୍ଷାଧିକ ଛାତ୍ରଛାତ୍ରୀଙ୍କୁ ଲାଭାନ୍ବିତ କରିବ ବୋଲି ମୁଁ ନିଶ୍ଚିତ ।’’

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories