www.samajalive.in
Thursday, December 11, 2025
15.1 C
Bhubaneswar

ଆସନ୍ତା ୮ ତାରିଖରେ ବୌଦ୍ଧରେ ହେବ ପେନସନ ଅଦାଲତ

ବୌଦ୍ଧ: ଆସନ୍ତା ୮ ତାରିଖ ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପେନସନ ଅଦାଲତ ଅନୁଷ୍ଠିତ ହେବବୋଲି ଜଣାଯାଇଛି । ପେନସନ ଅଦାଲତ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିପାଇଁ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟର ଅବସରପ୍ରାପ୍ତ କର୍ମଚାରୀମାନଙ୍କ ପେନସନ କାଗଜପତ୍ରରେ ଥିବା ସମସ୍ୟା ଓ ତାହାର ସମାଧାନ କରାଯିବ କେଉଁ କାର୍ଯ୍ୟାଳୟର କେତେଜଣ କର୍ମଚାରୀଙ୍କ ପେନସନ ପ୍ରଦାନ କରାଯାଇନାହିଁ ଏବଂ କଣପାଇଁ ପ୍ରଦାନ କରାଯାଇନାହିଁ ତାହାର କାଗଜପତ୍ର ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଥିଲେ ।

ଏଥିପାଇଁ ଅଦାଲତକୁ ଆସିବା ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ବସିବା ବ୍ୟବସ୍ଥା, ପାନୀୟଜଳ, ଖାଦ୍ୟ, ହୁଇଲଚେୟାର, ନିର୍ଭୁଲ ପଞ୍ଜୀକରଣ ଓ ସାଉଣ୍ଡ ସିଷ୍ଟମ ବ୍ୟବସ୍ଥା କରାଯିବା ନେଇ ବୈଠକରେ ଆଲେଚାନା କରାଯାଇଥିଲା । ଏହି ପେନସନ ଅଦାଲତ ଶୃଙ୍ଖଳିତ ଏବଂ ସଫଳ କରିବା ପାଇଁ ଅଧିକାରୀମାନେ ଦାୟିତ୍ୱବାନ ହୋଇ ସମସ୍ତ ପରିଚାଳନା କରିବାକୁ ଜିଲ୍ଲାପାଳ ଶ୍ରୀ ସାହୁ ପରାମର୍ଶ ଦେଇଥିଲେ । ବୈଠକରେ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର,ଏପିଡି ପ୍ରତାପ ଚନ୍ଦ୍ର ପ୍ରଧାନ, ଉପଜିଲ୍ଲାପାଳ ସନତ କୁମାର ନାଏକ, ଡେପୁଟି କଲେକ୍ଟର ଝରଣା ପ୍ରଧାନ, ତହସିଲଦାର ଦେବୀ ପ୍ରସାଦ ଦାଶ, ଟିଆରଓ କୁଲଦୀପ ମହାନ୍ତି ଓ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories