www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ତଳମୁହାଁ କରୋନା ଗ୍ରାଫ୍‌; ୫ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ପ୍ରତ୍ୟେକ ଦିନ କରୋନା ପଜିଟିଭ୍‌ ମାମଲା ଦେଶରେ କମ୍‌ ଆସୁଥିବା ଦେଖିବାକୁ ମିଳୁଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪ହଜାର ୪୧୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ଆଉ ୬,୦୩୨ ଜଣ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି ।

ବର୍ତ୍ତମାନ ଦେଶରେ ମୋଟ୍‌ ସକ୍ରିୟ ମାମଲା ୫୨,୩୩୬ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୧.୨୦% ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୩୮,୮୬,୪୯୬ ଆରୋଗ୍ୟ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୩୦ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories