www.samajalive.in
Sunday, December 7, 2025
26.1 C
Bhubaneswar

ଦିଲ୍ଲୀରୁ ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ; ବିମାନବନ୍ଦରରେ ଶୁଭେଚ୍ଛୁଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର: ଦିଲ୍ଲୀରୁ ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କୁ ସ୍ୱାଗତ କରିବାକୁ ବିମାନବନ୍ଦରରେ ଶୁଭେଚ୍ଛୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ବିଜେଡିର ବହୁ ବରିଷ୍ଠ ନେତା ଓ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ଜଣାଇଛନ୍ତି । ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ବେଳେ ଲକ୍ଷାଧିକ ଲୋକଙ୍କ ସମାଗମ ଯୋଗୁ କମ୍ପୁଛି ରାଜରାସ୍ତା । ବିମାନବନ୍ଦରରୁ ନବୀନ ନିବାସ ଯାଏଁ ସବୁଠି ନେତା ଓ ଶୁଭେଚ୍ଛୁଙ୍କ ଗହଳି ଦେଖିବାକୁ ମିଳିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ନୂଆଦିଲ୍ଲୀର ‘କ୍ୟାପିଟାଲ ଫାଉଣ୍ଡେସନ୍‌ ସୋସାଇଟି’ ପକ୍ଷରୁ ପ୍ରଦାନ କରାଯାଇଥିଲା । ୬ ଦିନିଆ ନୂଆଦିଲ୍ଲୀ ଗସ୍ତ ସାରି ମୁଖ୍ୟମନ୍ତ୍ରୀ ଆଜି ଓଡ଼ିଶା ଫେରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ପାଇଁ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରିଛି । ପ୍ରାୟ ୫୦ ହଜାରରୁ ଅଧିକ ଲୋକ ସ୍ୱାଗତ ଉତ୍ସବରେ ସମାଗମ ହୋଇଥିବା ଅନୁମାନ କରାଯାଉଛି ।

- Advertisement -

କମିସନରେଟ ପୁଲିସ ପକ୍ଷରୁ ବିମାନବନ୍ଦର ସମେତ ସହରର ବିଭିନ୍ନ ଛକରେ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସାଧାରଣ ଯାତ୍ରୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ସେଥିପ୍ରତି ପୁଲିସ ଗୁରୁତ୍ବ ଦେଇଛି । ପୁଲିସ ପକ୍ଷରୁ ସହରରେ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା ସମେତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories