www.samajalive.in
Monday, December 8, 2025
13.1 C
Bhubaneswar

୨୦୨୪ ପାଇଁ ଏବେଠୁ ରଣନୀତି ! ୨୯ରେ ଆସିବେ ନଡ୍ଡା

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ବିଜେପି ତାର ରଣନୀତି ପ୍ରସ୍ତୁତି ଆରମ୍ଭ କରୁଛି । ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି । ଏନେଇ ଗଣମାଧ୍ୟମକୁ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ।

ଆସନ୍ତା ୨୯ ତାରିଖରେ ନଡ୍ଡା ଓଡ଼ିଶାରେ ପହଞ୍ଚିବେ । ୨୯ ଓ ୩୦ ତାରିଖରେ ନଡ୍ଡା ଓଡ଼ିଶାରେ ରହିବେ ବୋଲି ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ତାଙ୍କ ସୂଚନାରେ କହିଛନ୍ତି । ସେପଟେ ଆଜି ରାଜ୍ୟ ବିଜେପି ପକ୍ଷରୁ କୋର୍‌ କମିଟି ବୈଠକ ବସିଛି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଲୋଚନା ଜାରି ରହିଛି । ବୈଠକରେ ପ୍ରଭାରୀ ସୁନୀଲ ବଂଶଲ ଓ ରାଜ୍ୟ ସଭାପତି ସମୀର ମହାନ୍ତି ଉପସ୍ଥିତ ରହିଥିବା ବେଳେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହ ବିଜେପିର ଅନେକ ବରିଷ୍ଠ ନେତା ସାମିଲ ହୋଇଛନ୍ତି ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories