www.samajalive.in
Monday, December 15, 2025
24.1 C
Bhubaneswar

ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ପାଟଣା: ଘଟଗାଁ ବ୍ଲକ ପିପିଳିଆ ସ୍ଥିତ ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ପାସ କରିଥିବା କଳା, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ସମସ୍ତ ପାସ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଅଧ୍ୟକ୍ଷ ନିରାକାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ମୁଖ୍ୟ ପ୍ରବନ୍ଧକ ୟୁ ରାଜକୁମାର, ସମ୍ମାନିତ ଅତିଥି ଭାବେ ପଣ୍ଡାପଡା ଜୋନ ଜିଲ୍ଲା ପରିଷଦ ସଦସ୍ୟା ଯାଜ୍ଞସେନୀ ମହାନ୍ତ, ମହାବିଦ୍ୟାଳୟର ପ୍ରତିଷ୍ଠିତା ସମ୍ପାଦକ ଜଗବନ୍ଧୁ ମହାନ୍ତ ଓ ବରିଷ୍ଠ ସାମ୍ବାଦିକ ନୃସିଂହ ନାଥ ସିଂହ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଉପଦେଶ ପ୍ରଦାନ କରିଥିଲେ।

ଅଧ୍ୟାପକ ହେମନ୍ତ କୁମାର ମିଶ୍ର ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଅଲେଖ ପ୍ରସାଦ ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ରାଜକୁମାର ଷ୍ଟେଟ ବ୍ୟାଙ୍କ ପକ୍ଷରୁ +୨ କଳାରେ ସର୍ବୋଚ୍ଚ ନମ୍ବର ରଖିଥିବା ରତି ରଞ୍ଜନ ବେହେରା, ସନ୍ଧ୍ୟାରାଣୀ ମହାନ୍ତ ଓ ଶୁଭଶ୍ରୀ ଦାଶଙ୍କୁ ସ୍ଵତନ୍ତ୍ର ପୁରସ୍କାର ପ୍ରଦାନ କରିଥିଲେ। ସେହିପରି +୨ ବିଜ୍ଞାନରେ ସର୍ବୋଚ୍ଚ ନମ୍ବର ରଖିଥିବା ପଲବି ମହାରଣା ଏବଂ ମାତୃଭାଷା ଓଡ଼ିଆରେ ସର୍ବୋଚ୍ଚ ନମ୍ବର ରଖିଥିବା ଦ୍ରୌପଦୀ ଗିରି, ଦ୍ରୌପଦୀ ମୁଣ୍ଡା ଓ ରତି ରଞ୍ଜନ ବେହେରାଙ୍କୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବା ସହ ସମସ୍ତ କୃତି ଛାତ୍ର ଛାତ୍ରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଅଭିଭାବକ ସହ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories