www.samajalive.in
Sunday, December 7, 2025
15.1 C
Bhubaneswar

ବାଲ୍ୟବିବାହ ରୋକିବା ପାଇଁ ସଚେତନତା ରଥକୁ ସ୍ୱାଗତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିକରପାଇ ଠାରେ ବାଲ୍ୟବିବାହ ରୋକିବା ପାଇଁ ସଚେତନତା ରଥକୁ ସ୍ୱାଗତ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ବାହାରିଥିବା ବାଲ୍ୟବିବାହ ରୋକିବା ପାଇଁ ସଚେତନତା ରଥ କାଶୀପୁର ବ୍ଲକରେ ସଚେତନତା କରି ଆସିବା ପରେ ଆଜି ବ୍ଲକ ପ୍ରଶାସନ ପକ୍ଷରୁ ସ୍ୱାଗତ କରି ବ୍ଲକ କାର୍ଯ୍ୟାଳୟକୁ ଆଣିଛନ୍ତି। ଆସନ୍ତାକାଲି କଲ୍ୟାଣସିଂହପୁର ବ୍ଲକର ପ୍ରତ୍ୟେକ ପଞ୍ଚାୟତରେ ପରିଦର୍ଶନ କରି ଲୋକଙ୍କୁ ସଚେତନତା କରାଯିବ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ରଥକୁ ସ୍ୱାଗତ କରିବା ବେଳେ ତହସିଲଦାର ସୁଧାକର ରଇତ, ଅତିରିକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ବଳରାମ ପାତ୍ର, ଜିପିଓ ମାନସ ରଞ୍ଜନ ପ୍ରଧାନ, ବ୍ଲକ ଶିକ୍ଷା ଅଧିକାରୀ ଚନ୍ଦନ ଦାସ ବାଙ୍ଗାରି, ଜୁନିୟର କିରାଣୀ ଦୟାନିଧି ଭତ୍ରା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories