www.samajalive.in
Saturday, December 6, 2025
26.1 C
Bhubaneswar

୧୦ରୁ ଦୁଇ ଦିନ ବର୍ଷା

ଭୁବନେଶ୍ବର: ସକ୍ରିୟ ଘୂର୍ଣ୍ଣିବଳୟ ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ରୂପ ନେଇଛି। ଏହା ଆହୁରି ଘନୀଭୂତ ହୋଇ ପରବର୍ତ୍ତୀ ୩୬ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇପାରେ। ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ନିକଟବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଆଡକୁ ମୁଁହାଇ ସ୍ଥଳଭାଗ ଛୁଇଁପାରେ। ବର୍ଷା ପରିମାଣ ବଢି ୧୦ ଓ ୧୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଦୁଇଦିନ ନିମନ୍ତେ ଦକ୍ଷିଣ, ଉପକୂଳ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

୧୦ରେ ୧୧ ଜିଲାରେ ଅତି ପ୍ରବଳ ବର୍ଷା ଏବଂ ୧୧ରେ ୧୦ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କୋରାପୁଟ, କନ୍ଧମାଳ, ଗଜପତି ଏବଂ ଗଞ୍ଜାମର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ (୭ରୁ ୨୦ସେମି) ବର୍ଷା ହୋଇପାରେ। ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା ଏବଂ ମାଲକାନଗିରି ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ସମ୍ଭାବନା ରହିଛି। ୧୦ ତାରିଖରେ ମଧ୍ୟ ଦକ୍ଷିଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ୧୧ରେ ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories