www.samajalive.in
Sunday, December 7, 2025
26.1 C
Bhubaneswar

ବିଶ୍ୱନାଥପୁର ଓ ରାମଚନ୍ଦ୍ରପୁରଠାରେ ଦୁର୍ଗାପୂଜା କମିଟି ବୈଠକ ଅନୁଷ୍ଠିତ 

ଲାଞ୍ଜିଗଡ :ଶାରଦୀୟ ଦୁର୍ଗାପୂଜାର ଅବ୍ୟବହିତ ପୂର୍ବରୁ ଏହାକୁ ସରସ ସୁନ୍ଦର କରିବା ପାଇଁ ଆଜି ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ସ୍ଥିତ ଦୁର୍ଗା ମଣ୍ଡପ ପଡିଆଠାରେ ଦୁର୍ଗାପୂଜା ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ବ୍ଲକ ବିଜେଡି ସଭାପତି ଗୋବିନ୍ଦ ପ୍ରଧାନୀ, ବ୍ଲକ କଂଗ୍ରେସ ସଭାପତି ହରିହର କୁମାର, ଲାଞ୍ଜିଗଡ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ବରିଷ୍ଠ ନାଗରିକ ବଳରାମ ବେହେରା, ବନ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ସାର୍ବଜନୀନ ଦୁର୍ଗାପୂଜା ପାଇଁ ନୂତନ କମିଟି ଗଠନ କରାଯାଇଥିଲା । ଏଥିରେ ସଭାପତି ଭାବେ ମନୋରଞ୍ଜନ ବିଶି, ଉପସଭାପତି ଭାବେ ଅଚ୍ୟୁତାନନ୍ଦ ଘଡେଇ, ସଂପାଦକ ଭାବେ ହରିହର କୁମାର, ଯୁଗ୍ମ ସଂପାଦକ ଭାବେ ଧବଳେଶ୍ୱର ଠେଲା, କୋଷାଧ୍ୟକ୍ଷ ଭାବେ ତରୁଣ କୁମାର ଦାସ, ଉପ କୋଷାଧ୍ୟକ୍ଷ ଭାବେ ତାପସରଞ୍ଜନ ଦଳେଇ ପ୍ରମୁଖଙ୍କୁ ମନୋନୀତ କରାଯାଇଥିଲା । ସେହିପରି ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତ ରାମଚନ୍ଦ୍ରପୁରଠାରେ ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ଅବସରପ୍ରାପ୍ତ ଶିକ୍ଷକ ଚକ୍ରଧର ପଣ୍ଡା, ଦୁର୍ଗାପୂଜା କମିଟିର ସଭାପତି ପିଣ୍ଟୁ ପତି, ସଦସ୍ୟ କିରଣ କୁମାର ମାଝୀ, ସୁଶୀଲ କୁମାର ବାଗ, ଦନାର ପୁଟେଲ, ତାତେଶ୍ୱର ଗଉଡ, ଜଗନ୍ନାଥ ପଣ୍ଡା, ଅକ୍ଷୟ ସାହୁ, ହୃଷିକେଶ ବଗର୍ତ୍ତି, ତୀର୍ଥ ଗହୀର, ବିକ୍ରମ ଛତ୍ରିଆ, ନନ୍ଦ ପୁଟେଲ, ଦୀନ ମାଝୀଙ୍କ ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । କୋଭିଡ କଟକଣା ହଟିବା ପରେ ଚଳିତ ବର୍ଷ ରାମଚନ୍ଦ୍ରପୁର ଦୁର୍ଗାପୂଜାକୁ ଆକର୍ଷଣୀୟ କରିବା ପାଇଁ କମିଟି ନିଷ୍ପତ୍ତି ନେଇଥିବାବେଳେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଏଥର ମୁଖ୍ୟ ଆକର୍ଷଣ ପାଲଟିବ ବୋଲି କମିଟି ସୂତ୍ରରୁ ଜଣାପଡିଛି ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories