ଦେଶରେ କମୁଛି କରୋନା ସଂକ୍ରମଣ; ୫୦ ହଜାର ତଳକୁ ଖସିଲା ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ପୁଣି ୫ ହଜାର ଉପରେ କରୋନା ମାମଲା ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫ହଜାର ୫୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ, ଲଗାତର ୫ ହଜାର ଉପରେ କରୋନା ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ।

prayash

ବଡ଼ ଠାକୁରଙ୍କୁ ଅପମାନ; ଦେଖନ୍ତୁ ଭିଡିଓ

ସେହିପରି ଗୋଟିଏ ଦିନରେ ଆଉ ୬,୩୩୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ବର୍ତ୍ତମାନ ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ୫୦ ହଜାର ତଳକୁ ଖସିଛି । ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ବର୍ତ୍ତମାନ ୪୮,୮୫୦ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୧.୪୭%କୁ ଖସିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୩୯,୧୩,୨୯୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୧୩୯ଜଣଙ୍କ ମୃତ୍ୟୁ ଘଟିଛି ।

kalyan agarbati

Comments are closed.