www.samajalive.in
Thursday, December 11, 2025
18.1 C
Bhubaneswar

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ 

ଦେବଗଡ଼: ଦେବଗଡ ଥାନା ଲଇମୁରା ଫାଣ୍ଡି ଅନ୍ତର୍ଗତ କନ୍ଦର୍ପ ଗ୍ରାମରୁ ଆଜି ଜଣେ ଯୁବକଙ୍କର କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ନାମ ବିଜୟ କିସାନ(୩୭) ଓ ତାଙ୍କ ଘର ନିକଟସ୍ଥ ପାଣିଭଣ୍ଡାର ଗ୍ରାମରେ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ସକାଳେ କେତେକ ଗ୍ରାମବାସୀ କନ୍ଦର୍ପ ଗ୍ରାମର ଏକ ରାସ୍ତା କଡରେ ବିଜୟଙ୍କ କ୍ଷତାକ୍ତ ମୃତଦେହ ପଡିଥିବା ଦେଖି ପରିବାର ଲୋକଙ୍କୁ ସୂଚନା ଦେଇଥିଲେ । ପରିବାର ଲୋକେ ଏନେଇ ଲଇମୁରା ଫାଣ୍ଡି ପୁଲିସକୁ ସୂଚନା ଦେବାରୁ ପୁଲିସ ଘଟଣାସ୍ଥଳରେ ପହଂଚି ବିଜୟଙ୍କ ମୃତଦେହ ଜବତ କରିବାସହ ଏକ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି । ସେହିପରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଗତକାଲି ସଂଧ୍ୟାରେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ମାତ୍ର ସଂଧ୍ୟା ହୋଇଯାଇଥିବାରୁ ମୃତଦେହ ବ୍ୟବଚ୍ଛେଦ କରାଯାଇପାରିନାହିଁ । ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି । ମୃତ୍ୟୁର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ପାରିପାର୍ଶ୍ବିକ ପରିସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ଗ୍ରାମବାସୀ ମାନେ ସନ୍ଦେହ କରୁଛନ୍ତି । ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories