www.samajalive.in
Tuesday, December 9, 2025
26.1 C
Bhubaneswar

ଆଜି ବାରଘର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ତିତ୍‍ଲି ପ୍ରଭାବରେ ଅଧିକ କ୍ଷତିଗ୍ରସ୍ତ ଗଜପତି ଜିଲାର ଗଙ୍ଗାବାଡ଼ ପଞ୍ଚାୟତ ଗସ୍ତ କରିବେ। ଭୂସ୍ଖଳନ ଯୋଗୁଁ ଏହି ପଞ୍ଚାୟତ ଅନ୍ତର୍ଗତ ବାରଘର ଗ୍ରାମର ୧୫ଜଣଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟ ସରକାର ମୃତ ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳକୁ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ବୁଧବାର ପୂର୍ବାହ୍ନ ୧୦.୩୦ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ। ଗଙ୍ଗାବାଡ଼ ପଞ୍ଚାୟତ ମୁଖ୍ୟାଳୟ ହେଲିପ୍ୟାଡରେ ଓହ୍ଲେଇବା ପରେ ସେ ବାତ୍ୟା ପ୍ରଭାବିତ ଗ୍ରାମକୁ ଗସ୍ତ କରିବା ସହ କ୍ଷତିଗ୍ରସ୍ତ ଲୋକଙ୍କୁ ଭେଟିବେ। ସେଠାରୁ ଫେରି ସେ ଭଞ୍ଜନଗର ବନ ବିଭାଗ ଡାକବଙ୍ଗଳାରେ ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବେ। ସେଠାରୁ ଅପରାହ୍ଣ ୩ଟା ବେଳେ ଭୁବନେଶ୍ୱର ଫେରି ଆସିବେ।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories