www.samajalive.in
Wednesday, December 10, 2025
14.1 C
Bhubaneswar

ମିଶନ ଶକ୍ତି ଆମ ଜୀବନରେ ବହୁତ ବଡ ପରିବର୍ତ୍ତନ ଆଣିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲାର ମିଶନ ଶକ୍ତି ଗୋଷ୍ଠୀର ମାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ପରି ଗୁରୁ ଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରି ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମିଶନ ଶକ୍ତି ଆମ ଜୀବନରେ ବହୁତ ବଡ ପରିବର୍ତ୍ତନ ଆଣିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଆସ୍ଥା ସେମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଜୀବନରେ ବହୁତ ବଡ ପରିବର୍ତ୍ତନ ଆଣିଛି ବୋଲି କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।
ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories