ଆଜିର ରାଶିଫଳ – ଏହି ରାଶିର ବ୍ୟକ୍ତି ଭାଗ୍ୟଶାଳୀ
ମେଷ- ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ବ୍ୟୟ ବୃଦ୍ଧି ଘଟିପାରେ। ଲୋକପ୍ରିୟତା ବୃଦ୍ଧି ହେବ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବେ। ଆହର ଅଜୀର୍ଣ୍ଣର କାରଣ ହେବ।
ବୃଷ- କର୍ମଚଞ୍ଚଳ ରହିବେ। ନିରୋଳା ବାସକୁ ଇଚ୍ଛା କରିବେ। ସାହସୀ ଓ ଜ୍ଞାନୀ ହେବେ। ଭାଷା ମଧୁର ଓ ସ୍ନେହପୂର୍ଣ୍ଣ ହେବ। ପୁତ୍ର ସୁଖରେ ସୁଖୀ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ।
ମିଥୁନ- ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭ ହେବ। କ୍ରୋଧୀ ହୋଇପାରନ୍ତି।
କର୍କଟ- କୁଳ ଉଜଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ।
ସିଂହ- ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। କୃଷି କର୍ମରେ ନିୟୋଜିତ ହୋଇପାରନ୍ତି।
କନ୍ୟା- ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ନ କରିବା ଭଲ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ଅସୁସ୍ଥତା ଅନୁଭବ କରିପାରନ୍ତି। ଆଶା ନିରାଶାରେ ପରିଣତ ହେବ।
ତୁଳା- ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ମନରେ ଅହଂଭାବ ଉପୁଜିପାରେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ବିଚ୍ଛା- ମିତବ୍ୟୟୀ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦରଣୀୟ ହେେବ।
ଧନୁ- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। କରିତ୍କର୍ମା ହେବେ।
ମକର- ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।
କୁମ୍ଭ- ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ହେବ; ମାତ୍ର ଅନ୍ୟାୟ ଦେଖିଲେ ଭାଷା କଟୁ, ତିକ୍ତ, କଷାୟ ହୋଇପାରେ। ପ୍ରେମୀ ଓ ସାହସୀ ହେବେ। ସର୍ବତ୍ର ବିଜୟୀ ହେବେ। ଧନ ପ୍ରାପ୍ତ ହେବେ।
ମୀନ- ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁଙ୍କ ସହାୟତା ମିଳିବ।
Comments are closed.