www.samajalive.in
Friday, December 12, 2025
26.1 C
Bhubaneswar

କୃଷି ଉତ୍ପାଦନ ବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ଆବଶ୍ୟକୀୟ ଋଣ ଯୋଗାଇଦେବା ଉପରେ ପ୍ରମୁଖ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର: କୃଷି ଉତ୍ପାଦନ ବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ପକ୍ଷରୁ କୃଷି କ୍ଷେତ୍ରକୁ ଠିକ୍‌ ସମୟରେ ଆବଶ୍ୟକୀୟ ଋଣ ଯୋଗାଇଦେବା ଉପରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଗୁରୁତ୍ୱାରୋପ କରିଛନ୍ତି।
ଆଜି ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସବ୍‌କମିଟି ବୈଠକରେ ଅଧ୍ୟକ୍ଷତା କରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ଋଣ ପ୍ରଦାନର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ କୃଷି କ୍ଷେତ୍ରକୁ ଅଗ୍ରାଧିକାର ଭିତ୍ତିରେ ଫସଲ ଋଣ ଏବଂ ଅନ୍ୟାନ୍ୟ ଦୀର୍ଘ ମିଆଦି ଋଣ ଯୋଗାଇଦେବା ପାଇଁ କହିଥିଲେ। କୃଷିର ବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ଦିଗରେ ରାଜ୍ୟ ସରକାର ଅନେକଗୁଡ଼ିଏ ଯୋଜନା ପ୍ରଣୟନ କରିଥିବା ପରିପ୍ରେକ୍ଷୀରେ ଏଗୁଡ଼ିକର ସଫଳ ରୂପାୟନ ଦିଗରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ସୁବିଧାରେ ଋଣ ଯୋଗାଇଦେବାର ଆବଶ୍ୟକତା ରହିଛି ବୋଲି ପ୍ରମୁଖ ଶାସନ ସଚିବ କହିଥିଲେ। ବୈଠକ ରେ ବଳରାମ, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ଏମ୍‌ଆଇଡିଏଚ୍‌ ସମେତ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ସଂପର୍କିତ ସ୍ୱତନ୍ତ୍ର ଋଣ ଯୋଗାଣର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଦିଗରେ ଆଲୋଚନା କରାଯାଇଥିଲା। ଏଥି ସହିତ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ୫-‘ଟି’ ସୂତ୍ର ଅନୁପାଳନପୂର୍ବକ ଋଣ ପ୍ରଦାନରେ ସ୍ୱଚ୍ଛତା ଅବଲମ୍ବନ ସହ ଚାଷୀମାନଙ୍କୁ ସୁବିଧାରେ ଋଣ ପ୍ରଦାନର ସ୍ଥିତି ସଂପର୍କରେ ଅବ ଗତ କରାଇବା ନିମେ; ବିଭାଗ ଦ୍ୱାରା ଉନ୍ନୀତ କରାଯାଇଥିବା କ୍ରେଡିଲ ପୋର୍ଟାଲକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ବ୍ୟାଙ୍କ ତଥା ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ, ଉଦ୍ୟାନ କୃଷି, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ଏବଂ ମତ୍ସ୍ୟ ନିର୍ଦେଶାଳୟର ନିର୍ଦ୍ଦେଶକ, ଆପିକଲର ପରିଚାଳନା ନିର୍ଦ୍ଦେଶକ, ନାବାର୍ଡର ମୁଖ୍ୟ ପରିଚାଳକ, ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟିର ଆବାହକ, ଅର୍ଥ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ ଭାରତୀୟ ରିଜର୍ଭ ବ୍ୟାଙ୍କ, ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଓ ଅନ୍ୟ ସମସ୍ତ ବ୍ୟାଙ୍କର ପ୍ରତିନିଧି ଦଳ ଯୋଗଦେଇଥିଲେ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories