www.samajalive.in
Thursday, December 11, 2025
18.1 C
Bhubaneswar

ଜମ୍ମୁ-କାଶ୍ମୀରରେ ଖାଇକୁ ଖସିଲା ବସ୍‍ ; ୧୧ ମୃତ, ୨୫ ଆହତ

ଜମ୍ମୁ : ଜମ୍ମୁ-କାଶ୍ମୀରର ପୁଞ୍ଛ ଜିଲାରେ ବଡ ଧରଣର ଏକ ସଡକ ଦୁର୍ଘଟଣା ଘଟିଛି। ଜିଲାର ମଣ୍ଡି ତହସିଲରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ନିକଟରେ  ଏକ ଯାତ୍ରୀବାହୀ ବସ ଖାଇକୁ ଖସି ଯାଇ ଏଥିରେ ପ୍ରାୟ ୧୧ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ୨୦ ରୁ ଅଧିକ ଆହତ ମଧ୍ୟ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିବା ସହ ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ଘଟଣା ବିଷୟରେ ଖବର ପାଇ ସେନା ଓ ପୁଲିସର ଯବାନମାନେ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇ ପାରି ନାହିଁ।
ପୁଞ୍ଛର ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଉପରାଜ୍ୟପାଳ ମନୋଜ ସିହ୍ନା ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ମୃତକଙ୍କ ପରିଜନଙ୍କୁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପୁଲିସ ଓ ଅଧିକାରୀଙ୍କୁ ଆହତଙ୍କୁ ସଠିକ ସାହାଯ୍ୟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories