www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରବଳ ବର୍ଷା ପରେ ଭୁଶୁଡିଲା କାନ୍ଥ ; ୯ ମୃତ

ଲଖନଉ : ଉତ୍ତର ପ୍ରଦେଶର ଲଖନଉ ଅନ୍ତର୍ଗତ ଦିଲକୁଶା ଅଞ୍ଚଳରେ ଲଗାଣ ବର୍ଷା ପରେ ଏକ ବଡଧରଣର ଅଘଟଣ ଘଟିଥିବା ନେଇ ଆଜି ଖବର ମିଳିଛି। ପ୍ରବଳ ବର୍ଷା ପରେ କାନ୍ଥ ଭୁଶୁଡି ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ କେତେକ ଆହତ ହୋଇଛନ୍ତି। ସଭିଁଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ମହିଳା ଓ ଶିଶୁଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି।
ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଉତ୍ତରପ୍ରଦେଶରେ ପ୍ରାୟ ୨୪ ଘଣ୍ଟା ହେବ ଲଗାଣ ବର୍ଷା ଜାରି ରହିଛି। ଫଳରେ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ଏହି ଦୁଃଖଦ ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମୃତକଙ୍କ ପରିଜନଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି। ଶୋକ ସନ୍ତପ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏହାସହ ଆହତଙ୍କୁ ଆବଶ୍ୟକୀୟ ଚିିକିତ୍ସାସହ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories