www.samajalive.in
Sunday, December 7, 2025
18.1 C
Bhubaneswar

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା-ବଙ୍ଗୋପ ସାଗରରେ ପୁଣି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଉପରେ ଆଉ ଏକ ଲଘୁଚାପ ସେପ୍ଟେମ୍ବର ୨୦ରେ ସୃଷ୍ଟି ହେବା ସମ୍ଭାବନା ରହିଛି । ଓଡ଼ିଶାରେ ଆସନ୍ତା ସପ୍ତାହରେ ପୁଣି ବର୍ଷା ହୋଇପାରେ ବୋଲି  ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଶନିବାରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗର ଓ ଏହା ନିକଟବର୍ତୀ ଅଂଚଳ ଉପରେ ଏକ ଅପର୍ ଏଆର ସର୍କୁଲେସନ୍ ସୃଷ୍ଟି ହେବାକୁ ଯାଉଥିବାରୁ ଏହା ଏହି ଲଘୁଚାପ କ୍ଷେତ୍ର ପ୍ରସ୍ତୁତ କରିବ ବୋଲି କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‌ରେ କୁହାଯାଇଛି ।

- Advertisement -

ଏହି ସିଷ୍ଟମ୍ ସେପ୍ଟେମ୍ବର ୨୧ରେ ଉତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ ଓଡ଼ିଶା ଓ ଛତିଶଗଡ଼ ଆଡ଼କୁ ମୁହାଁଇବ ମାତ୍ର ଉପକୂଳବର୍ତୀ ଜିଲ୍ଲାଗୁଡ଼ିକରେ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ବର୍ଷା ଅନୁଭୁତ ହେବ ।

ସେପ୍ଟେମ୍ବର ୧୯ ମଧ୍ୟାହ୍ନରୁ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇ ସେପ୍ଟେମ୍ବର ୨୨ ରାତି ପର୍ଯ୍ୟନ୍ତ ଲାଗି ରହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାଗୁଡ଼ିକରେ ସେପ୍ଟେମ୍ବର ୧୯ ଓ ୨୦ରେ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବ ଓ ସେପ୍ଟେମ୍ବର ୨୦ ରାତିରୁ ଏହା ଉତର ଓଡ଼ିଶା ଆଡ଼କୁ ଗତି କରିବ ।

ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସେପ୍ଟେମ୍ବର ୨୧ ଓ ୨୨ ରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ ବୋଲି ବୁଲେଟିନ୍ ପ୍ରକାଶ କରିଛି । ସେପ୍ଟେମ୍ବର ୨୦ ଓ ୨୧ରେ ଭୁବନେଶ୍ୱରରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଏହା ସୂଚନା ଦେଇଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories