www.samajalive.in
Sunday, December 7, 2025
13.1 C
Bhubaneswar

୬ ଜିଲାର ମିଶନ ଶକ୍ତି ମା’ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲାର ମିଶନ ଶକ୍ତି ଗୋଷ୍ଠୀର ମା’ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଖୁବ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ ଏବଂ ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି। ଏପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମହିଳାମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ। ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ ବୋଲି ସେମାନେ କହିଥିଲେ।
ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories