www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୯୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୨ଶହ ତଳେ କରୋନା ଦୈନିକ ସଂକ୍ରମଣ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୧୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୩ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୦ଜଣ ପଜିଟିଭ୍‌ ଥିବା କୁହାଯାଇଛି ।

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୪୪୮ ରହିଛି । ଗୋଟିଏ ଦିନରେ କରୋନାରୁ ୨୫୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଲା ଓ ଷ୍ଟେଟପୁଲରୁ ୧୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

- Advertisement -

ସୁନ୍ଦରଗଡ଼ରୁ ସର୍ବାଧିକ ୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୭, ବରଗଡ଼ରୁ ୮, ଭଦ୍ରକରୁ ୨, ବଲାଙ୍ଗୀରରୁ ୫, କଟକରୁ ୧୬, ଦେବଗଡ଼ରୁ ୨, ଗତପତିରୁ ୩, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩ ଓ ଯାଜପୁରରୁ ୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୩୯, କୋରାପୁଟରୁ ୧, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୯, ନୂଆପଡ଼ାରୁ ୩, ପୁରୀରୁ ୧୦, ସମ୍ବଲପୁରରୁ ୪, ସୋନପୁରରୁ ୨, ଓ ଷ୍ଟେଟପୁଲରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories