ଗାଜଲବାଡ଼ି ଘାଟିରେ ଭୁସ୍ଖଳନ
ଯାତାୟାତ ପ୍ରଭାବିତ
ଫୁଲବାଣୀ : ଲଘୁଚାପ ଜନିତ ବର୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ନିକଟସ୍ଥ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି । ଗୋପାଳପୁର-ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥ ସ୍ଥିତ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହେବା ଫଳରେ ରାସ୍ତା ଧସିବା ସହ ପାହାଡ଼ରୁ ପଥର ଖସିଥିବା ଦେଖିବାକୁ ମିଳିଛି । ଯାହା ଫଳରେ ଭାରିଯାନ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଯାହା ଫଳରେ ଦାରିଙ୍ଗବାଡ଼ି ଠାରୁ ସୋରଡା, ଆସ୍କା, ବ୍ରହ୍ମପୁରକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଉକ୍ତ ରାସ୍ତା ଦେଇ କେବଳ ଦୁଇ ଚକିଆ ଯାନକୁ ହିଁ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଅନୁମତି ଦିଆଯାଉଛି । ଦାରିଙ୍ଗବାଡ଼ି ପୁଲିସ ପକ୍ଷରୁ ଦାରିଙ୍ଗବାଡ଼ି ସ୍ଥିତ ଡବେରି ଠାରେ ଚେକ ପୋଷ୍ଟ କରାଯାଇ ଭାରି ଯାନକୁ ଏହି ରାସ୍ତାରେ ଅନୁମତି ଦିଆଯାଉନାହିଁ । ଦାରିଙ୍ଗବାଡ଼ି ଥାନା ଅଧିକାରୀ କୌଶିକ ମାଝୀଙ୍କ ନେତୃତ୍ୱରେ ପୁଲିସ ଫୋର୍ସ ଉକ୍ତ ଚେକ ପୋଷ୍ଟରେ ଜଗି ରହିଛନ୍ତି । ସେହିଭଳି ଭାବେ ସୋରଡା ପୁଲିସ ପକ୍ଷରୁ ମଧ୍ୟ ଭାରିଯାନ ସୋରଡା ଠାରୁ ଦାରିଙ୍ଗବାଡ଼ିକୁ ଛଡା ଯାଉନାହିଁ । ଏଣୁ ସମସ୍ତ ଗାଡି ଭଞ୍ଜନଗର, କଳିଙ୍ଗା, ଉଦୟଗିରି ଦେଇ ଯାତାୟାତ କରିପାରିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।
Comments are closed.