www.samajalive.in
Saturday, December 13, 2025
26.1 C
Bhubaneswar

ଛତ୍ରପୁର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ

ଛତ୍ରପୁର: ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ ହୋଇଛି । ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ସୂଚନା ମୁତାବକ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ଚିକିତ୍ସିତ ହେବା ପାଇଁ ଯାଇଥିବା ବେଳେ ଆଜି ଭୋର୍ ସମୟରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।

ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ଛତ୍ରପୁର ବିଧାୟକ ଥିଲେ । ପୂର୍ବରୁ ସିପିଆଇ ଦଳରେ ଆଦିକନ୍ଦ ଥିବା ବେଳେ ପରେ ବିଜେଡିରେ ଯୋଗଦେଇଥିଲେ । ତାଙ୍କ ବିୟୋଗରେ ଛତ୍ରପୁରରେ ଶୋକର ଛାୟା ଖେଳିଯାଇଛି । ରାଜ୍ୟ ରାଜନୀତି ଆଉ ଜଣେ ପୂର୍ବତନ ବିଧାୟକଙ୍କୁ ହରାଇଛି ।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories