www.samajalive.in
Sunday, December 14, 2025
23.1 C
Bhubaneswar

ଟ୍ରକ୍‌ ଜାଳିଦେଲା ଦୁର୍ବୃତ୍ତ; ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ବାଲିପାଟଣା ଥାନା ଅନ୍ତର୍ଗତ ଚିତଳପୁର ଠାରେ ଏକ ଟ୍ରକକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛି । ଟ୍ରକଟି ଆଜି ସକାଳେ ଜଣଙ୍କୁ ଧକ୍କା ଦେଇଥିବା ମଧ୍ୟ ସୂଚନା ମିଳିଛି । ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ ଖଇରାତ ଗାଁର ହୋଇଥିବା ବେଳେ ତାଙ୍କ ନାଁ ପାଗୁ ବୋଲି କୁହାଯାଉଛି । ଯୁବକ ଜଣକ ଏକ ସଂସ୍ଥାରେ ସୁରାକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିଲେ । କାମ ସାରି ଘରକୁ ଫେରିବା ବେଳେ ଟ୍ରକଟି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ହେଲେ ପରେ କେହି ଦୁର୍ବୃତ୍ତ ଟ୍ରକଟିରେ ନିଆଁ ଲଗାଇ ଦେଇଛି ତାହା ଜଣାପଡ଼ିନାହିଁ ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories