www.samajalive.in
Saturday, December 6, 2025
19.1 C
Bhubaneswar

ପଞ୍ଚଭୂତରେ ଲୀନ ହେଲେ ରାଜୁ ଶ୍ରୀବାସ୍ତବ

ନୂଆଦିଲ୍ଲୀ: ପଞ୍ଚଭୂତରେ ଲୀନ ହେଲେ ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବ। ସମସ୍ତଙ୍କୁ ହସାଉଥିବା ରାଜୁ ଶ୍ରୀବାସ୍ତବ ସବୁଦିନ ପାଇଁ ନୀରବି ଯାଇଛନ୍ତି। ଗୁରୁବାର ଦିଲ୍ଲୀର ନିଗମବୋଧ ଘାଟରେ ରାଜୁ ଶ୍ରୀବାସ୍ତବଙ୍କ ଅନ୍ତିମ ସଂସ୍କାର ଶେଷ ହୋଇଛି। ତାଙ୍କ ପରିବାର, ବନ୍ଧୁ ଏବଂ ପ୍ରଶଂସକମାନେ ରାଜୁଙ୍କୁ ଅଶ୍ରୁଳ ବିଦାୟ ଦେଇଛନ୍ତି। କିଛି ଲୋକ ଭାବପ୍ରବଣ ହୃଦୟ ସହ ରାଜୁ ଅମର ରହେ.. ସ୍ଲୋଗାନ ମଧ୍ୟ ଦେଇଥିଲେ।

ରାଜୁ ଶ୍ରୀବାସ୍ତବଙ୍କୁ ଅନ୍ତିମ ବିଦାୟ ଦେବା ପାଇଁ ଉତ୍ତରପ୍ରଦେଶର ପର୍ଯ୍ୟଟନ ମନ୍ତ୍ରୀ, ସୁନୀଲ ପାଲ, ମଧୁର ଭଣ୍ଡାରକର, ଏହସାନ କୁରେଶୀ ପ୍ରମୁଖ ଶ୍ମଶାନରେ ପହଞ୍ଚିଥିଲେ। ସମସ୍ତେ ତାଙ୍କୁ ଭିଜା ଆଖିରେ ବିଦାୟ ଦେଇଛନ୍ତି।

- Advertisement -

ଶ୍ରଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ:

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ରାଜୁ ଶ୍ରୀବାସ୍ତବଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସାମାଜିକ ଗଣମାଧ୍ୟମରେ ଭିଡିଓ ଶେୟାର କରି ସେ ଲେଖିଛନ୍ତି, ହସାଇ ହସାଇ କନ୍ଦାଇ ଦେଲ..।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories