www.samajalive.in
Thursday, December 11, 2025
18.1 C
Bhubaneswar

ମୁଣ୍ଡାକାଙ୍ଗାର ହସ୍ତିନାପୁରଠାରେ ପ୍ରଥମ ପରିବର୍ତ୍ତନ ମେଳା

ଜି ଉଦୟଗିରି : କନ୍ଧମାଳରେ ନୂତନ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଦାୟିତ୍ୱ ଗ୍ରହଣ କରିବା ପରେ ଏକ ଅଭିନବ ଉପାୟରେ ଦୁର୍ଗମ ଅଞ୍ଚଳରେ ଜନସାଧରଣଙ୍କ ନିକଟତର ହେବାକୁ ପରିବର୍ତ୍ତନ ମେଳାର ଶୁଭାରମ୍ଭ ହୋଇଯାଇଛି। ଆୟୋଜିତ ମେଳାରେ ଉପଜିଲ୍ଲାପାଳ ଫୁଲବାଣୀ ଶେଷଦେବ ମିଶ୍ର ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ, ସରପଞ୍ଚ ଅବଲାକର ପ୍ରଧାନ, ଗୋଷ୍ଠି ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରିପାଠୀ, ଜିଲ୍ଲା ପରିଷଦ ସଭ୍ୟା ଲିଳିମା ପ୍ରଧାନଙ୍କ ସମେତ ୮ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇଥିଲେ। କୃଷି, ଜଙ୍ଗଲ, ଉଦ୍ୟାନ, ମହିଳା ଶିଶୁ ବିକାଶ ଓ ମୃତ୍ତିକା ସଂରକ୍ଷଣ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିବା ସହ ଏହାର ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିପରି ବନ ବିଭାଗ ଦ୍ବାରା ପାଲାପରିବେଷଣ ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ପ୍ରତି ମାସରେ ବିଭିନ୍ନ ପଞ୍ଚାୟତର ଦୁର୍ଗମ ଅଞ୍ଚଳରେ ଏହି କାର୍ଯ୍ୟକ୍ରମ କରାଯିବା ନେଇ ଗୋଷ୍ଟି ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି। ବ୍ଲକ ପ୍ରକଳ୍ପ ସଂଯୋଜକ ଜଗନ୍ନାଥ ରଥ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସରପଞ୍ଚ ଅବଲାକର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories