www.samajalive.in
Saturday, December 6, 2025
26.1 C
Bhubaneswar

କାର୍ତ୍ତିକରେ ଦିନ ୧୨ଟା ସୁଦ୍ଧା ମିଳିବ ମହାପ୍ରସାଦ

ପୁରୀ : କାର୍ତ୍ତିକ ମାସରେ ଦିନ ୧୨ଟା ସୁଦ୍ଧା ଭକ୍ତଙ୍କୁ ମିଳିବ ମହାପ୍ରସାଦ। ଭୋର ୪ଟାରୁ ଖୋଲିବ ଶ୍ରୀମନ୍ଦିର ଦ୍ବାର। ସକାଳ ୫ଟାରେ ମଙ୍ଗଳ ଆଳତି ଏବଂ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଠାକୁରଙ୍କୁ ରାଧା ଦାମୋଦର ବେଶ କରାଯିବ। ଦିନ ୧୦ଟାରୁ ୧୦ଟା ୩୦ ମଧ୍ୟରେ ବାଳଧୂପ କରାଯିବ। ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଠାକୁରଙ୍କୁ ଦର୍ଶନ କରିପାରିବେ ସେଥିପାଇଁ ବ୍ୟବସ୍ଥା କରାଯିବ। ଅକ୍ଟୋବର ୩୧ରେ ଠାକୁରଙ୍କୁ ହରିହର ବେଶ, ନଭେମ୍ବର ୪ରେ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ, ୫ରେ ବାମନ ବେଶ, ୬ରେ ଡାଳିକିଆ ବା ତ୍ରିବିକ୍ରମ ବେଶ, ୭ରେ ଲକ୍ଷ୍ମୀ ନୃସିଂହ ବେଶ ଏବଂ ନଭେମ୍ବର ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଦିନ ରାଜାଧିରାଜ ବେଶ କରାଯିବ। ସେହିପରି ନଭେମ୍ବର ୪ରେ ହରିଉତ୍ଥାପନ ଏବଂ ୫ରେ ଗରୁଡ଼ ଉତ୍ଥାପନ ନୀତି ଅନୁଷ୍ଠିତ ହେବ। ଅକ୍ଟୋବର ୨୫ ମଙ୍ଗଳବାର ଅମାବାସ୍ୟା ତିଥିରେ କେତୁଗ୍ରସ୍ତ ଖଣ୍ଡଗ୍ରାସ ସୂର୍ଯ୍ୟପରାଗ ନୀତି ପାଳନ କରାଯିବ।


ନଭେମ୍ବର ୮ତାରିଖ ମଙ୍ଗଳବାର ପୂର୍ଣ୍ଣିମା ଦିନ ରାହୁଗ୍ରସ୍ତ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଗୁରୁବାର ଏ ସମ୍ପର୍କରେ ଆଲୋଚନା କରାଯାଇଛି। ଜିଲାପାଳ ସମର୍ଥ ବର୍ମା ସେଥିରେ ଅଧ୍ୟକ୍ଷତା କରିଥିଲେ। ଅକ୍ଟୋବର ୬ରୁ ଶ୍ରୀମନ୍ଦିରରେ କାର୍ତ୍ତିକବ୍ରତ ଆରମ୍ଭ ହେବ। ତେଣୁ ଠାକୁରଙ୍କ ନୀତିକାନ୍ତି ଶୃଙ୍ଖଳିତ ଏବଂ ସମୟାନୁବର୍ତ୍ତୀ କରିବା ପାଇଁ ସ୍ଥିର କରାଯାଇଛି। ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଏବଂ ପଶ୍ଚିମଦ୍ବାର ଦେଇ ପ୍ରବେଶ କରିବେ। ମହାପ୍ରଭୁଙ୍କୁ ଦର୍ଶନ ପରେ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରିବେ। କାର୍ତ୍ତିକ ମାସରେ ସୂର୍ଯ୍ୟପରାଗ ଏବଂ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଠାକୁରଙ୍କ ନୀତି ସଅଳ କରାଯିବ। ପଞ୍ଚୁକ ୫ଦିନ ଭକ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ହବିଷ୍ୟାଳିମାନେ ମହାପ୍ରସାଦ ଉପରେ ନିର୍ଭର କରୁଥିବାରୁ ଦିନ ୧୨ଟା ସୁଦ୍ଧା ଯେପରି ଭୋଗମଣ୍ଡପ ନୀତି ଶେଷହେବ ସେ ସମ୍ପର୍କରେ ଆଲୋଚନା କରାଯାଇଛି। ଆରକ୍ଷୀ ଅଧୀକ୍ଷକ ଡ. କନୱର ବିଶାଲ ସିଂହ, ଶ୍ରୀମନ୍ଦିର ପ୍ରଶାସକ (ନୀତି) ଜିତେନ୍ଦ୍ର କୁମାର ସାହୁ, ପ୍ରଶାସକ (ଉନ୍ନୟନ) ଅଜୟ କୁମାର ଜେନା, ଛତିଶା ନିଯୋଗ ମହାନାୟକ ଜନାର୍ଦନ ପାଟ୍ଟଯୋଶୀ ମହାପାତ୍ର, ପରିଚାଳନା କମିଟି ସଭ୍ୟ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର, ଅନନ୍ତ ତିଆଡ଼ି ଏବଂ ଜଗନ୍ନାଥ କରଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗ କର୍ମକର୍ତ୍ତା ବୈଠକରେ ଉପସ୍ଥିତ ଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories