www.samajalive.in
Sunday, December 14, 2025
14.1 C
Bhubaneswar

ରାଜ୍ୟରେ ଆଉ ୨୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୨୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୮ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୬ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୨୧ ରହିଛି ।

ଗୋଟିଏ ଦିନରେ କରୋନାରୁ ୨୦୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୨, ବରଗଡ଼ରୁ ୭, ଭଦ୍ରକୁ ୨, କଟକରୁ ୨୭, ଢ଼େଙ୍କାନାଳରୁ ୨, ଗଜପତିରୁ ୫,ଗଞ୍ଜାମରୁ ୨, ଜଗତସିଂହପୁରରୁ ୫ ଓ ଯାଜପୁରରୁ ୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

- Advertisement -

ସେହିପରି ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୫, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୯, ନୂଆପଡ଼ାରୁ ୩, ପୁରୀରୁ ୧୧, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୧, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୨ ଓ ଷ୍ଟେଟପୁଲରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories