www.samajalive.in
Tuesday, December 9, 2025
16.1 C
Bhubaneswar

ଶିକ୍ଷକ ପଦବୀ ପୂରଣ ପାଇଁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଦାବିପତ୍ର

ହରଭଙ୍ଗା: ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ ଅନ୍ତର୍ଗତ ବଡ଼ଗୁଣ୍ଡୁରୀସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ପାଇଁ ସ୍କୁଲ କମିଟି ସଭାପତି ଓ ଗ୍ରାମବାସୀଙ୍କ ପକ୍ଷରୁ ଜିଲା ଶିକ୍ଷା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ପ୍ରକାଶ ଯେ, ୧୯୬୦ମସିହାରେ ଏହି ଶିକ୍ଷାନୁଷ୍ଠାନଟି ସ୍ଥାପିତ ହୋଇଥିଲା। ଵର୍ତମାନ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ୧୩୦ ଜଣ ପିଲା ପାଠପଢ଼ୁଛନ୍ତି। ଏମାନଙ୍କୁ ଶିକ୍ଷାଦାନ ପାଇଁ ଚାରିଜଣ ଶିକ୍ଷକ ରହିଛନ୍ତି । ଫଳରେ ଆଉ ଜଣେ ଶିକ୍ଷକ ଅଭାବ ରହିଛି। ଶିକ୍ଷକ ଅଭାବକୁ ଦୃଷ୍ଟିରେ ରଖି ନିକଟରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ମାତ୍ର ନିଯୁକ୍ତିର ଏକ ମାସ ନପୁରୁଣୁ ତାଙ୍କୁ ଏଠାରୁ ବଦଳି କରାଯାଇଥିଲା। ଯାହା ଫଳରେ ଅଭାବ ରହିଥିବା ଶିକ୍ଷକ ପଦବୀ ପୂରଣ ବଦଳରେ ଖାଲିପଡ଼ିଛି। ପ୍ରତି ବର୍ଷ ଏହି ବିଦ୍ୟାଳୟରୁ ମେଧାବୀ ଛାତ୍ର ବାହାରିବା ସହ ବିଗତ ଦିନରେ ଅନେକ ଛାତ୍ରଛାତ୍ରୀ କେନ୍ଦ୍ର ସରକାରଙ୍କ ଜବାହାର ନବୋଦୟ ବିଦ୍ୟାଳୟ ପରୀକ୍ଷା ଓ ବିଭିନ୍ନ ବୃତ୍ତି ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ଏସବୁ ସମସ୍ୟା ନେଇ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଞ୍ଜନ ବେହେରା, ଅଭିଭାବକ ସାରସ୍ୱତ ଜଗଦଳା ଏବଂ ଅନ୍ୟାନ୍ୟ ଗ୍ରାମବାସୀ ମିଶି ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ନିକଟରେ ଦାବିପତ୍ର ଦେଇଛନ୍ତି। ବିଦ୍ୟାଳୟରେ ତୁରନ୍ତ ଶିକ୍ଷକ ନିଯୁକ୍ତି ନହେଲେ ବିଦ୍ୟାଳୟରେ ତାଲା ପକାଇବା ସହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆମରଣ ଅନଶନ କରିବୁ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories