www.samajalive.in
Sunday, December 14, 2025
19.1 C
Bhubaneswar

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

କାମାକ୍ଷାନଗର :  ଢେଙ୍କାନାଳ ଜିଲ୍ଲାପାଳଙ୍କ ଏକ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭଗୃହରେ ସୋମବାର ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠିତ ଶିବିରରେ ଢେଙ୍କାନାଳ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର  ଯୋଗଦେଇ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଅଭିଯୋଗକାରୀଙ୍କ ଅଭିଯୋଗର ଶୁଣାଣି କରିଥିଲେ। ଏଥିରେ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା ଆଦି ସ୍ଥାନ ପାଇ ନଥିବା ୧୧୨ ଗୋଟି ଅଭିଯୋଗ ପଞ୍ଜିକୃତ କରାଯାଇ ସେସବୁର ସମାଧାନ କରାଯାଇଥିଲା। ଏଥିରେ ଜିଲ୍ଲା ପରିଷଦ ଉନ୍ନନନ ଅଧିକାରୀ ତନ୍ମୟ କୁମାର ଦରୱାନ, କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁ, ଅତିରିକ୍ତ ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ, କାମାକ୍ଷାନଗର ବିଡ଼ିଓ ବିକାଶ କୁମାର ମହାନ୍ତିଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଢେଙ୍କାନାଳ ଜିଲ୍ଲାପାଳ ଏହି ଜଣାଶୁଣାଣି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବାର ପ୍ରଚାର ହୋଇଥିବାରୁ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଅଭିଯୋଗ ନେଇ ଆସିଥିବା ଲୋକମାନେ ଜିଲ୍ଲାପାଳଙ୍କୁ ନପାଇ ଅସନ୍ତୋଷ ପ୍ରକାଶ କରିଥିବାର ଜଣାଯାଇଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories