www.samajalive.in
Thursday, December 11, 2025
18.1 C
Bhubaneswar

ଦେଶରେ ୪ ହଜାର ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କମୁଛି କରୋନା ଦୈନିକ ସଂକ୍ରମଣ ।  ଗତ କିଛି ଦିନ ହେବ ଦେଶରେ ୫ ହଜାର ତଳେ କରୋନା ମାମଲା ଚିହ୍ନଟ ହେୁଥିବା ବେଳେ ଆଜି ଦେଶରେ ୪ହଜାର ତଳେ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୩ହଜାର ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ସେହିପରି ଗୋଟିଏ ଦିନରେ ଆଉ ୪,୨୫୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ, ଆଜି ୪ ହଜାର ତଳେ କରୋନା ଦୈନିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ବର୍ତ୍ତମାନ ୪୨,୩୫୮ ରହିଛି । ସେହିପରି ଦେଶରେ ଦୈନିକ ପଜିଟିଭିଟି ହାର ୧.୧୮ ପ୍ରତିଶତ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪,୪୦,୦୪,୫୫୩ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୫୬୨ ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories