ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ
ଭୁବନେଶ୍ୱର: ରାଜ୍ୟରେ ପୁଣି ୨ଶହ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରୁ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୯ଜଣ ରହିଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୬ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୨୭ରହିଛି । ଗୋଟିଏ ଦିନରେ କରୋନାରୁ ୨୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୫ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦିଆଯାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୪, ବରଗଡ଼ରୁ ୩, ଭଦ୍ରକରୁ ୮, କଟକରୁ ୨୭ ଓ ଦେବଗଡ଼ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଗଜପତିରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଓ ଯାଜପୁରରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୪, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨୬, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୫, ନୂଆପଡ଼ାରୁ ୬, ପୁରୀରୁ ୧୧, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୫, ସୋନପୁରରୁ ୨ ଓ ଷ୍ଟେଟପୁଲରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Comments are closed.