www.samajalive.in
Saturday, December 13, 2025
26.1 C
Bhubaneswar

ଗଣଶିକ୍ଷା ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ବିଜେପିର ରାସ୍ତା ଅବରୋଧ

ପିପିଲି : ନିମାପଡା ନିର୍ବାଚନମଣ୍ଡଳୀର ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାରେ ନିମାପଡା ବିଧାୟକ ତଥା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଦାବିରେ ବିଜେପି ପକ୍ଷରୁ ବୁଧବାର ଅପରାହ୍ନରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ଅବରୋଧ କରାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ପୁରୀ ଜିଲା ବିଜେପି ସଭାପତି ଆଶ୍ରୀତ ପଟ୍ଟନାୟକଙ୍କ ନେତୃତ୍ୱରେ ସାତଶଙ୍ଖ ବଜାର ଠାରେ ଜାତୀୟ ରାଜପଥକୁ ଅବରୋଧ କରାଯାଇଥିଲା । ଏଥିରେ ବିଜେପି ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ଓମ୍‍ ପ୍ରକାଶ ମିଶ୍ର, ପ୍ରଭଞ୍ଜନ ମହାପାତ୍ର, ଜିଲା ସାଧାରଣ ସଂପାଦକ ଉମାକାନ୍ତ ନାୟକ, ଜିଲା ଯୁବ ମୋର୍ଚ୍ଚା ସଭାପତି ଜୟନ୍ତ ଦାଶ ପ୍ରମୁଖଙ୍କ ସମେତ ଶତାଧିକ ନେତା ଓ କର୍ମୀ ଯୋଗ ଦେଇଥିଲେ। ସ୍ୱର୍ଗତ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀଙ୍କ ସଂପୃକ୍ତି ଥିବାର ଅଭିଯୋଗ କରି ତାଙ୍କୁ ତୁରନ୍ତ ରାଜ୍ୟ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରାଯିବା ସହ ତାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ସେମାନେ ଦାବି କରିଥିଲେ। ମନ୍ତ୍ରୀ ମଣ୍ଡଳରୁ ସମୀରଙ୍କୁ ବହିଷ୍କାର କରାନଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଅଧିକ ଜୋରଦାର କରାଯିବ ବୋଲି ଜିଲା ସଭାପତି ଶ୍ରୀପଟ୍ଟନାୟକ ଚେତାବନୀ ଦେଇଥିଲେ। ଜାତୀୟ ରାଜପଥ ଅବରୋଧ ଯୋଗୁଁ ରାସ୍ତାର ଉଭୟ ପାଶ୍ୱର୍ରେ ବହୁ ସଂଖ୍ୟାରେ ଗାଡିମୋଟର ଅଟକି ରହିଥିଲା। ଆଇନଶୃଙ୍ଖଳା ପରିସ୍ଥିତି ଦୃଷ୍ଟିରୁ ପିପିଲି ଏସ୍‍ଡିପିଓ ଦେବଦତ୍ତ ବରାଳ, ଆଇଆଇସି ଅଭିମନ୍ୟୁ ନାୟକ ପ୍ରମୁଖ ଘଟଣାସ୍ଥଳରେ ଉପସ୍ଥିତ ଥିବା ବେଳେ ଦୁଇ ପ୍ଲାଟୁନ ପୁଲିସ ଫୋର୍ସ ମୂତୟନ ଥିଲେ। ରାସ୍ତା ଅବରୋଧ ପ୍ରତ୍ୟାହୃତ ହେବା ପରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ବିଳମ୍ବରେ ପହଞ୍ଚି ଆଗାମୀ କାର୍ଯ୍ୟପନ୍ଥା ସଂପର୍କରେ ଦଳୀୟ ନେତାଙ୍କ ସହ ଆଲୋଚନା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories