www.samajalive.in
Saturday, December 13, 2025
26.1 C
Bhubaneswar

ଏମକେସିଜିରେ ଡାକ୍ତର ଓ ନର୍ସ ହାତାହାତି

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ହାଉସ ସର୍ଜନ ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ମାରପିଟ ହୋଇଛି। ଏମକେସିଜି ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏହି ଘଟଣା ଘଟିଛି। ଉଭୟ ନର୍ସ ସଂଘ ଓ ହାଉସ ସର୍ଜନ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତକାଲି ରାତିରେ କାଜୁଆଲିଟିରେ ଜଣେ ରୋଗୀଙ୍କ ରକ୍ତ ଶର୍କରା ପରୀକ୍ଷା କରିବାକୁ ହାଉସ ସର୍ଜନ ଡାକ୍ତର କହିଥିଲେ। ହେଲେ ସେଠାରେ କାର୍ଯ୍ୟରତ ନର୍ସମାନେ ଶର୍କରା ପରୀକ୍ଷା କରିନଥିଲେ। ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଆଜି ସକାଳୁ ଉଭୟ ପକ୍ଷର ଶତାଧିକ ଡାକ୍ତର ଓ ନର୍ସ ପୃଥକ୍ ଭାବେ ଅଧିକ୍ଷକଙ୍କ ନିକଟରେ ଜମା ହୋଇଥିଲେ। ସେଠାରେ ମୁହାମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ହାତାହାତି ହୋଇଥିଲେ। ନର୍ସଙ୍କ ଧାରଣା ଜାରି ରହିଛି। ବୈଦ୍ୟନାଥପୁର ଥାନା ପୁଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories