www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟାହ୍ନ ଭୋଜନ ଖାଇ ୭୦ ଛାତ୍ରଛାତ୍ରୀ ଅସୁସ୍ଥ

ସୋହେଲା : ବରଗଡ଼ ଜିଲା ସୋହେଲା ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣିଡିହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୭୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଭୋଜନରେ ନିମ୍ନମାନର ସୋୟାବଡ଼ି ଖାଇ ଏଭଳି ସ୍ଥିତି ଉତ୍ପନ୍ନ ହୋଇଥିବା କୁହାଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀଙ୍କ ପେଟ ଦରଜ ହେବା ସହିତ ବାନ୍ତି ହେବାରୁ ସେମାନଙ୍କୁ ସୋହେଲା ଡାକ୍ତରଖାନାକୁ ନିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ୩ ଛାତ୍ରୀଙ୍କ ବ୍ୟତିତ ଅନ୍ୟ ସମସ୍ତଙ୍କୁ ଘରକୁ ପଠାଇ ଦିଆଯାଇଛି। ଗୁରୁତର ୩ ଛାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।
ସୂଚନା ଅନୁସାରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ମେନୁରେ ସୋୟାବଡି ରହିଥିଲା। ସ୍ଥାନୀୟ ଏକ ଦୋକାନରୁ ନିମ୍ନମାନର ସୋୟା ବଡି କିଣି ତରକାରୀ କରାଯାଇଥିବା କୁହାଯାଉଛି। ସେହି ନିମ୍ନମାନର ସୋୟା ବଡ଼ି ତରକାରୀ ହିଁ ଛାତ୍ରଛାତ୍ରୀଙ୍କ ଅସୁସ୍ଥତାର କାରଣ ବୋଲି ଅଭିଯୋଗ ହୋଇଛି। ଖବର ପାଇ ସୋହେଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମ୍ରିତା ସାହୁ, ଗୋଲାପ ମିଶ୍ର ଡାକ୍ତରଖାନା ଆସି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଉପାନ୍ତ ଅଞ୍ଚଳରେ ରହିଥିବା ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୮୨ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିଲେ ମଧ୍ୟ କୌଣସି ଅଧିକାରୀ କିମ୍ବା ସିଆରସିସି ଦୃଷ୍ଟି ଦେଉ ନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏପରିକି ଏତେବଡ଼ ଘଟଣା ସତ୍ତ୍ବେ ରେଙ୍ଗାଲି କ୍ଲଷ୍ଟର ସିଆରସିସିଙ୍କ ଦେଖା ମିଳି ନଥିଲା। ସ୍କୁଲ ଛାତ୍ରଛାତ୍ରୀ ଅସୁସ୍ଥ ହେବା ଖବର ପାଇ ବିଜେପି ନେତା ସୁଶାନ୍ତ ମିଶ୍ର, ପପୁ ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁବ୍ରତ ବେହେରା, ସୋହେଲା ସରପଞ୍ଚ ପ୍ରତିନିଧି ନିଲୁ ଝାଙ୍କର ପ୍ରମୁଖ ଡାକ୍ତରଖାନାକୁ ଯାଇ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଜିଲା ପ୍ରଶାସନ ତୁରନ୍ତ ଘଟଣାର ତଦନ୍ତ ପୂର୍ବକ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories