www.samajalive.in
Saturday, December 13, 2025
17.1 C
Bhubaneswar

ସାପ୍ତାହିକ ରାଶିଫଳ ( ୨ରୁ ୮/୧୦/୨୦୨୨)

ମେ​ଷ : ​‌ରବିବାର ଓ ସୋମବାର କାର୍ଯ୍ୟରେ ମଧ୍ୟମଫଳ ପ୍ରାପ୍ତ ହେବ। ସନ୍ତାନମାନଙ୍କୁ ନେଇ ଚିନ୍ତା ପ୍ରକଟିତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମାଶ୍ରୟୀ ହେବେ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ବଗଳାମୁଖୀଙ୍କ ମନ୍ତ୍ର ପାଠ କରନ୍ତୁ।

ବୃଷ : ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଅସୁସ୍ଥ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ବନ୍ଧୁବାନ୍ଧବଙ୍କ ଗହଣରେ ସମୟ କଟିବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

ମିଥୁନ : ରବିବାର ଓ ସୋମବାର କର୍ମକ୍ଷେତ୍ରରେ ଅଗ୍ରଗତି ହେବ। ପଦୋନ୍ନତି ମିଳିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିଟି ପଦକ୍ଷେପରେ ଜଗିରଖି ଚଳିବେ। ଶତ୍ରୁଦ୍ବାରା ପରାଭୂତ ହୋଇପାରନ୍ତି। ଶୁକବ୍ରାର ଓ ଶନିବାର ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।

କର୍କଟ : ରବିବାର ଓ ସୋମବାର ସହଯୋଗୀଙ୍କ ସହଯୋଗ ମିଳିବ ନାହିଁ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟରେ ସଫଳତା ଲାଭ କରିବେ। ଆର୍ଥିକ ସମସ୍ୟା ଦୂରୀଭୂତ ହେବ। ଶୁକ୍ରବାର ଓ ଶନିବାର ବିପଦର ଆଶଙ୍କା କରାଯାଇପାରେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

 ସିଂହ : ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିଟି ପଦକ୍ଷେପରେ ସାବଧାନତା ଲୋଡ଼ା। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଘୃଣୀ ସୂର୍ଯ୍ୟ ନାରାୟଣ ନମଃ ମନ୍ତ୍ର ଜପ କରନ୍ତୁ।

କନ୍ୟା : ରବିବାର ଓ ସୋମବାର ସ୍ଥରଚିତ୍ତ ହେବା ଆବଶ୍ୟକ। ବ୍ୟୟ ଅଧିକ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ଶତ୍ରୁଦ୍ବାରା ପରାଭୂତ ହେବେ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

ତୁଳା : ରବିବାର ଓ ସୋମବାର ସଫଳତା ଲାଭ ହେବ। ବନ୍ଧୁଙ୍କ ଗହଣରେ ସମୟ ବିତିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ପିଲାଙ୍କୁ ନେଇ ଚିନ୍ତା ପ୍ରକଟିତ ହେବ। ଶୁକ୍ରବାର ଓ ଶନିବାର ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ।

ବିଛା : ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ଆଧ୍ୟାତ୍ମିକ ଚିନ୍ତାଧାରାଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମ ଅନୁରୂପ ଫଳ ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ ନ କଲେ ବିପଦରେ ପଡ଼ିବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।

ଧନୁ : ରବିବାର ଓ ସୋମବାର ଧୈର୍ଯ୍ୟବାନ ହେବା​‌ ଉଚିତ୍‌। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବୈବାହିକ ସମସ୍ୟା ଦୂର ହେବ। ମାଙ୍ଗଳିକ କାର୍ଯ୍ୟ ଘରେ ଅନୁଷ୍ଠିତ ହୋଇପାରେ। ଶୁକ୍ରବାର ଓ ଶନିବାର ଆର୍ଥିକ ସ୍ବଚ୍ଛଳତା ଲାଭ ହେବ। ପରୋପକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

ମକର : ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ଦୂରଯାତ୍ରା କରିବାର ସୁଯୋଗ ସୃଷ୍ଟିହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପ୍ରତିଷ୍ଠାଯୁକ୍ତ ହେବେ। ଲାଭବାନ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣ କାଳୀଙ୍କ ଆରାଧନା କରନ୍ତୁ।

କୁମ୍ଭ : ରବିବାର ଓ ସୋମବାର ସୁସ୍ବାଦୁ ଭୋଜନ ମିଳିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନକାରାତ୍ମକ ଚିନ୍ତାଧାରା ସୃଷ୍ଟି ହୋଇପାରେ। ଶୁକ୍ରବାର ଓ ଶନିବାର ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।

ମୀନ : ରବିବାର ଓ ସୋମବାର ସଫଳତା ପାଇବେ। ବ୍ୟକ୍ତିତ୍ବର ବିକାଶ ଘଟିବ। ସୃଜନଶୀଳ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସାମାଜିକ ପ୍ରତିଷ୍ଠା ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଆଘାତପ୍ରାପ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସାବଧାନତା ଅବଲମ୍ବନ କରନ୍ତୁ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ। 

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories