www.samajalive.in
Wednesday, December 10, 2025
26.1 C
Bhubaneswar

ବୌଦ୍ଧରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ଯୋଜନାର ଶୁଭାରମ୍ଭ

ବୌଦ୍ଧ: ବୌଦ୍ଧ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଶନିବାର ପ୍ରଧାନମନ୍ତ୍ରୀ ମତ୍ସ୍ୟ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ସତ୍ୟରଂଜନ ସାହୁ ଯୋଗଦେଇ ଏହି ଯୋଜନାର ଶୁଭାରମ୍ଭ କରିଥିଲେ । ଜିଲ୍ଲା ମତ୍ସ୍ୟ ବିଭାଗ ଦ୍ୱାରା ଏହି ଯୋଜନାରେ ଜୀଅନ୍ତା ମାଛ ବିକ୍ରି କରାଯିବାର ଲକ୍ଷ୍ୟ ରଖାଯାଇଛି । ମୁକୁନ୍ଦପୁର ଗ୍ରାମର ସରୋଜ ବାରିକଙ୍କ ଦ୍ୱାରା ଗାଡି ଦ୍ୱାରା ପ୍ରତି ସପ୍ତାହର ବୁଧବାର, ଶୁକ୍ରବାର ଓ ରବିବାର ଦିନ ବୌଦ୍ଧ ସହରର ବ୍ରିଜଛକ, ବ୍ଳକ ଛକ, ମେଡିକାଲ ଛକ, ଏନଏସି ଛକ, ମର୍ଯ୍ୟାକୁଦ ଛକ ଓ ସେଣ୍ଟ୍ରାଲ ସ୍କୁଲ ଛକ ଠାରେ ମାଛ ବିକ୍ରି କରାଯିବ ବୋଲି ମତ୍ସ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଯୋଜନାର ଶୁଭାରମ୍ଭ ସମୟରେ  ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର , ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଏପିଡି ପ୍ରତାପ ଚନ୍ଦ୍ର ପ୍ରଧାନ, ଉପଜିଲ୍ଲାପାଳ ସନତ କୁମାର ନାଏକ, ଜିଲ୍ଲା ମତ୍ସ୍ୟ ବିଭାଗ ଅଧିକାରୀ  ଲିପସା ପଟ୍ଟନାୟକ,  ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories