www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

ଡେସ୍କ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ଆଜି ପୂର୍ବ ତଟ ରେଳବାଇର ମୁଖ୍ୟ କାର୍ଯ୍ୟାଳୟ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଠାରେ ପାଳିତ ହୋଇଛି। ପୂବତଟ ରେଳପଥର ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ସମସ୍ତ ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ ଏବଂ ପୂର୍ବତଟ ରେଳପଥର ମହିଳା କଲ୍ୟାଣ ସଂଗଠନର କର୍ମଚାରୀ ମାନେ ମହାତ୍ମା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଏହାପରେ ସମସ୍ତ ପୂର୍ବତଟ ରେଳପଥର ଅଧିକାରୀମାନେ ପ୍ରଭାତ ଫେରି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ଏହି ଅବସରରେ ସ୍ୱଚ୍ଛତାର ମହତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ନୁକ୍କଡ ନାଟକର ଆୟୋଜନ କରାଯାଇଥିଲା। ପୂର୍ବତଟ ରେଳପଥ ସେପ୍ଟେମ୍ବର ୧୬ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ସ୍ଵଚ୍ଛତା ପକ୍ଷର ଆୟୋଜନ କରିଥିଲା। ସମସ୍ତ ସ୍ତରର ରେଳବାଇ କର୍ମଚାରୀ ମାନେ ଷ୍ଟେସନ, ଟ୍ରେନ୍, କୋଚ୍ ରକ୍ଷଣାବେକ୍ଷଣ ଡିପୋ, ବିଭିନ୍ନ କାର୍ଯ୍ୟାଳୟ, କର୍ମକ୍ଷେତ୍ର ଏବଂ ରେଳ କଲୋନୀରେ ଆୟୋଜିତ ସ୍ଵଚ୍ଛତା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ସ୍ଵଚ୍ଛତା ପକ୍ଷ ପାଳନ ସମୟରେ ପୂର୍ବତଟ ରେଳ କର୍ମଚାରୀଙ୍କ ପିଲାମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ଚିତ୍ର, ପ୍ରବନ୍ଧ ଲେଖା ଇତ୍ୟାଦି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ସ୍ଵଚ୍ଛତା ପକ୍ଷ ସମାପନ ଅବସରରେ ପୂବତଟ ରେଳପଥର ମହାପ୍ରବନ୍ଧକ ଏହି ପ୍ରତିଯୋଗିତାର ବିଜେତାମାନଙ୍କୁ ପ୍ରମାଣପତ୍ର ଏବଂ ଟ୍ରଫି ପ୍ରଦାନ କରିଥିଲେ। ପ୍ରମୁଖ ମୁଖ୍ୟ ମେକାନିକାଲ୍ ଇଞ୍ଜିନିୟର ଆର ରାଜଗୋପାଲ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି ଅବସରରେ ବିଭାଗର ସମସ୍ତ ମୁଖ୍ୟ, ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories