www.samajalive.in
Friday, December 12, 2025
16.1 C
Bhubaneswar

ପୁଲିସ ଓ ସିଆରପିଏଫର ମିଳିତ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ, ୧ ଆହତ

ପୁଲୱାମା: କାଶ୍ମୀର ଡିଭିଜନ୍‌ର ପୁଲୱାମା ଜିଲାରେ ପୁଲିସ ଓ ସିଆରପିଏଫର ମିଳିତ ନାକା ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଜଣେ ପୁଲିସ ଶହୀଦ ହୋଇଥିବାବେଳେ ଜଣେ ସିଆରପିଏଫ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଏବଂ ସୁରକ୍ଷା ବାହିନୀ ଅଞ୍ଚଳକୁ ଘେରାଉ କରି ତଲାସୀ ଅଭିଯାନ ଚଳାଇଛନ୍ତି।

ସୂଚନାନୁସାରେ, ପୁଲୱାମା ଜିଲାର ପିଙ୍ଗଲାନାରେ ଆତଙ୍କବାଦୀମାନେ ପୁଲିସ ଏବଂ ସିଆରପିଏଫର ମିଳିତ ନାକା ପାର୍ଟି ଉପରକୁ ଗୁଳି ଚଳାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏହି ଆକ୍ରମଣରେ ଜଣେ ପୁଲିସ କର୍ମଚାରୀ ଏବଂ ଜଣେ ସିଆରପିଏଫ ଯବାନ ଆହତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ପୁଲିସ କର୍ମଚାରୀ ଜଣଙ୍କୁ ବଞ୍ଚାଯାଇ ପାରିଲା ନାହିଁ। ଅପରପକ୍ଷେ, ଡାକ୍ତରଖାନାରେ ସିଆରପିଏଫ ଯବାନଙ୍କ ଚିକିତ୍ସା ଚାଲିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories