www.samajalive.in
Sunday, December 7, 2025
13.1 C
Bhubaneswar

ଏଥର ଓଦା ଓଦା ଦଶହରା; ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଲଘୁଚାପ ବର୍ଷାରେ ପୁଣି ଭିଜିବ ଓଡ଼ିଶା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଜି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଉଭୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ୪ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି ।

- Advertisement -

ଆସନ୍ତା ୨୪ ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୋଳ ଏବଂ ଢେଙ୍କାନାଳ ପ୍ରଭୃତି ୧୭ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories