ରାଜ୍ୟରେ କମୁଛି କରୋନା; ବଢ଼ୁଛି ସୁସ୍ଥତା ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ ୩ ଅଙ୍କ ତଳେ ରହିଛି କରୋନା ଦୈନିକ ସଂକ୍ରମଣ । ଗତ ୩ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତ ୧୦୦ ତଳେ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୬ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୮୨୧ରହିଛି । ଗୋଟିଏ ଦିନରେ କରୋନାରୁ ୧୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୧୮ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦିଆଯାଇଛି । କଟକରୁ ସର୍ବାଧିକ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୫, ବରଗଡ଼ରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧ ଓ ଦେବଗଡ଼ରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଜଗତସିଂହପୁରରୁ ୩ ଓ ଯାଜପୁରରୁ ୨, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୧, ନୂଆପଡ଼ାରୁ ୧, ପୁରୀରୁ ୩, ସମ୍ବଲପୁରରୁ ୪, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Comments are closed.