www.samajalive.in
Saturday, December 6, 2025
17.1 C
Bhubaneswar

ଦେଶରେ ଆରୋଗ୍ୟ ହାର ୯୮.୭୪%

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୫୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୦୪,୪୬୩କୁ ବୃଦ୍ଧି ପାଇଛି। ଆଉ ୩ ହଜାର ୫୫୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୪୦,୪୩,୪୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୭୪୫ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ୩୨,୨୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୭%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories