www.samajalive.in
Monday, December 15, 2025
27.1 C
Bhubaneswar

ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗୀତାରେ ବୌଦ୍ଧର ୨ ପ୍ରତିଯୋଗୀ ସଫଳ

ବୌଦ୍ଧ: ବଲାଙ୍ଗିର ଜିଲ୍ଲା ଖପରାଖୋଲ ଠାରେ ୨୩ ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗୀତାରେ ବୌଦ୍ଧଜିଲ୍ଲାର ୧୩ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗୀତାରେ କିଡସ ବର୍ଗରେ ଇଣ୍ଡିଆନ ରାଉଣ୍ଡରେ ସାନଭି ମେହେଟା ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ସାଇଲକ୍ଷ୍ମୀ ନାଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରି ବୌଦ୍ଧଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଏହି ଦୁଇ କୃତୀ ପ୍ରତିଭାଙ୍କୁ ଜିଲ୍ଲା ଷ୍ଟାଡିୟମ ରେ ବୌଦ୍ଧଜିଲ୍ଲା ତୀରନ୍ଦାଜ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ପର୍ବରେ ଜିଲ୍ଲା କ୍ରୀଡା ସଂସଦର ସଂପାଦକ ରବୀନ୍ଦ୍ର କୁମାର ରାଉତ, ତୀରନ୍ଦାଜ ପ୍ରଶିକ୍ଷକ କୃଷ୍ଣଚନ୍ଦ୍ର ସେଠୀ, ଅର୍ଜ୍ଜୁନ କହଁର, ଇନ୍ଦ୍ରମଣୀ ମେହେର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories