ଶନିବାର ରାଶିଫଳ (୦୮/୧୦/୨୦୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Oct 8, 2022 Share ମେଷ : ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସୁସ୍ଥ ରହିବେ। କରିତ୍କର୍ମା ହେବେ। ବୃଷ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ଶ୍ରଦ୍ଧାଭାବ ରହିବ। ମିଥୁନ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। କର୍କଟ : ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ବନଯାତ୍ରାର ମାର୍ଗ ବିପଦ ସଙ୍କୁଳ ହୋଇପାରେ। ଜଳଯାତ୍ରା ମନା। ସତର୍କରେ ଚଳିବାକୁ ପଡ଼ିବ। ସିଂହ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ବନ୍ଧୁମିଳନ ଘଟିପାରେ। ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳତା ମିଳିବ। କନ୍ୟା : ଭ୍ରାତୃଭାବ ଅତୁଟ ରହିବ। ବାହ୍ୟ ଖର୍ଚ୍ଚ ସୀମିତ ହେବ। ଦୀର୍ଘାୟୁ ହେବେ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। Related Posts ଲୁହରେ ଭିଜୁଛି ରାଧାଙ୍କ ଆଖି, ଗୋପପୁରରେ… Jan 12, 2025 ଆମେରିକା ଯିବେ ଜୟଶଙ୍କର; ଟ୍ରମ୍ପଙ୍କ ଶପଥ… Jan 12, 2025 ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ସୁବକ୍ତା ହେବେ। ବିଛା : ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଧନୁୁ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ବିଦ୍ବାନ୍ ହେବେ। ମକର : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମୀନ : କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ। Share FacebookTwitterWhatsApp
Comments are closed.