ଦେଶରେ କମୁଛି ସଂକ୍ରମଣ ; ବୃଦ୍ଧି ଆରୋଗ୍ୟ ସଂଖ୍ୟା
ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୭୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬,୦୯,୨୫୭କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୭୭୮ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ଆଉ ୩,୮୮୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୪୦,୫୧,୨୨୮ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫% । ଆଉ ୨୯ ହଜାର ୨୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୭%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Comments are closed.