www.samajalive.in
Monday, December 8, 2025
20.1 C
Bhubaneswar

ବିପୁଳ ପରିମାଣର ଦେଶୀ ମଦ ଓ ପୋଚ ଜବତ

ଡେସ୍କ :  କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଭିରୁଡ଼ା ଗ୍ରାମରେ ଆଠଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି । ଚଢ଼ଉ ବେଳେ ଏକ ଦୁଇମହଲା ବିଶିଷ୍ଟ କୋଠାଘରୁ ଚୋରାରେ ବିକ୍ରି ପାଇଁ ରଖାଯାଇ ଥିବା ଶହ ଶହ ଲିଟର ଦେଶୀ ମଦ ଜବତ ହୋଇଛି ।
ସୂଚନା ମୁତାବକ, ତିଗିରିଆ ଥାନା ଅନ୍ତର୍ଗତ ଭିରୁଡା ଗ୍ରାମର ବିଭିନ୍ନ ସ୍ଥାନରେ ଆଠଗଡ଼ ଅବକାରୀ ବିଭାଗ ଏବଂ କଟକ କେନ୍ଦ୍ରୀୟ ସ୍କ୍ୱାଡ ପକ୍ଷରୁ ମିଳିତ ଚଢ଼ଉ କରାଯାଇଥିଲା । ଚଢ଼ଉ ବେଳେ ଏହି ଦୁଇ ମହଲା ଘରୁ ଶହ ଶହ ଲିଟର ମଦ ଜବତ ହୋଇଛି । ଅବକାରୀ ବିଭାଗ ହଜାର ହଜାର ଲିଟର ପୋଚ ନଷ୍ଟ କରିଛି । ଚଢ଼ଉସୂଚନା ପାଇ ମଦ ମାଫିଆ ଫେରାର ହୋଇଯାଇଥିବା ଜଣାପଡିଛି। ଏନେଇ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଜାରୀ ରହିଛି ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories