www.samajalive.in
Sunday, December 14, 2025
23.1 C
Bhubaneswar

ଲାଗି ରହିଛି ବର୍ଷା : ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୧.୫ରୁ ୫.୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାର ପଦମପୁରରେ ସର୍ବାଧିକ ୪୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି । ସେହିପରି ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ୩୨, ନୟାଗଡ଼ ଜିଲ୍ଲାର ବରମୂଳରେ ୩୦.୬, କୋରାପୁଟ ଜିଲ୍ଲାର ଶିମିଳିଗୁଡ଼ାରେ ୩୦, ବଲାଙ୍ଗିର ଜିଲ୍ଲାର ବେଲଗାଁରେ ୨୮, ଗଞ୍ଜାମର ଧରାକୋଟରେ ୨୮, ସମ୍ବଲପୁରର ଯୁଯୁମରାରେ ୨୭.୬, ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୨୫.୬, କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୨୫.୦, ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ୨୪.୮, କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ୨୪ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତ୍‍ସିଂହପୁର, କଟକ, କେନ୍ଦ୍ରାପଡା,  ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ  ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

- Advertisement -

 

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories