ସାପ୍ତାହିକ ରାଶିଫଳ (୦୯/୧୦ରୁ ୧୫/୧୦/୨୦୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Oct 8, 2022 Share ମେଷ : ରବିବାର ଓ ସୋମବାର ଜଗିରଖି ଚଳିବେ। ଯାନବାହାନ ଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାର ଓ ବୁଧବାର ଯାତ୍ରା ଅନୁକୂଳ ରହିବ। ଗୁରୁବାର ଓ ଶୁକ୍ରବାର ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଆଘାତପ୍ରାପ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ। ବୃଷ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିିତ୍। ଶୁକ୍ରବାର ଓ ଶନିବାର ପ୍ରୀତିଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋରୁଦ୍ର ପ୍ରଚୋଦୟାତ୍ ମନ୍ତ୍ର ଜପ କରନ୍ତୁ । ମିଥୁନ : ରବିବାର ଓ ସୋମବାର ଅଯଥା ଚିନ୍ତା ବଳବତ୍ତର ରହିବ। ମଙ୍ଗଳବାର ଓ ବୁଧବାର ସନ୍ତାନଙ୍କୁ ନେଇ ଚିନ୍ତା କରିବେ। ସମସ୍ୟା ସମାଧାନରେ ସଫଳ ହେବେ। ଗୁରୁବାରଠାରୁ ଶନିବାର ମଧ୍ୟରେ ଅବିବାହିତଙ୍କ ବିବାହ ପ୍ରସ୍ତାବ ଆସିପାରେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ର ନାମ ପାଠ କରନ୍ତୁ। କର୍କଟ : ରବିବାର ଓ ସୋମବାର ନୂତନ ବନ୍ଧୁ ଲାଭ କରିବେ। ମଙ୍ଗଳବାର ଓ ବୁଧବାର ଶତ୍ରୁଦ୍ବାରା ପରାସ୍ତ ହେବେ। ଦ୍ରବ୍ୟ ଚୋରି ହୋଇପାରେ। ମାନସିକ ଅବସାଦ ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସଫଳତା ପ୍ରାପ୍ତ ହେବ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ। ସିଂହ : ରବିବାର ଓ ସୋମବାର ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ମଙ୍ଗଳବାର ଓ ବୁଧବାର ପଦୋନ୍ନତି ପ୍ରାପ୍ତ ହେବ। ଆୟ ବୃଦ୍ଧି ହେବ। ଗୁରୁବାର ଓ ଶୁକ୍ରବାର ଯାତ୍ରାକାଳୀନ ସମସ୍ୟା ଦେଖାଦେବ। ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ। କନ୍ୟା : ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ମଙ୍ଗଳବାର ଓ ବୁଧବାର କର୍ମକ୍ଷେତ୍ର ଓ ବ୍ୟାବସାୟରେ ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ସୁସମ୍ବାଦ ପ୍ରାପ୍ତ ହେବ। ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ। Related Posts ଦେବଜିତ୍ ସାଇକିଆ ବିସିସିଆଇ ସଚିବ ନିଯୁକ୍ତ Jan 12, 2025 ଲୁହରେ ଭିଜୁଛି ରାଧାଙ୍କ ଆଖି, ଗୋପପୁରରେ… Jan 12, 2025 ତୁଳା : ରବିବାର ଓ ସୋମବାର ଅସୁବିଧାରେ ପଡ଼ିପାରନ୍ତି। ମଙ୍ଗଳବାର ଓ ବୁଧବାର ଆର୍ଥିକ ସ୍ବଚ୍ଛଳତା ଅନୁଭବ କରିବେ। ଜମିବାଡ଼ି କ୍ରୟ କରିପାରନ୍ତି। ଗୁରୁବାର ଓ ଶୁକ୍ରବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍। ଶନିବାର ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ। ବିଛା : ରବିବାର ଓ ସୋମବାର ଅସୁସ୍ଥତା ଦେଖାଦେବ। ମଙ୍ଗଳବାର ଓ ବୁଧବାର ଅଟକିଥିବା କାର୍ଯ୍ୟ ସାରିବା ପାଇଁ ଚେଷ୍ଟା କରିବେ। ଗୁରୁବାର ଓ ଶୁକ୍ରବାର ଉଧାର ସୂତ୍ରରେ କାହାକୁ ଅର୍ଥ ପ୍ରଦାନ କରନ୍ତୁ ନାହିଁ। ଶନିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ। ଧନୁ : ରବିବାର ଓ ସୋମବାର ଅସୁସ୍ଥତା ଦେଖାଦେବ। ମଙ୍ଗଳବାର ଓ ବୁଧବାର ଅଟକିଥିବା କାର୍ଯ୍ୟ ସାରିବା ପାଇଁ ଚେଷ୍ଟା କରିବେ। ଗୁରୁବାର ଓ ଶୁକ୍ରବାର ଉଧାର ସୂତ୍ରରେ କାହାକୁ ଅର୍ଥ ପ୍ରଦାନ କରନ୍ତୁ ନାହିଁ। ଶନିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁମକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ। ମକର : ରବିବାର ଓ ସୋମବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ଯାତ୍ରାଜନିତ ସମସ୍ୟା ଦେଖାଦେଇପାରେ। ଗୁରୁବାର ଓ ଶୁକ୍ରବାର ପ୍ରଗତିଶୀଳ ହେବେ। ଆୟ ବୃଦ୍ଧି ହେବ। ଶନିବାର ଆଚାର ଓ ବ୍ୟବହାରରେ ସଂଯମୀ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ‘ମହାମୃତ୍ୟୁଞ୍ଜୟ’ ମନ୍ତ୍ର ପାଠ କରନ୍ତୁ। କୁମ୍ଭ : ରବିବାର ଓ ସୋମବାର ଶତ୍ରୁ ଦମନରେ ସଫଳତା ଲାଭ କରିବେ। ମଙ୍ଗଳବାର ଓ ବୁଧବାର ସନ୍ତାନ ହେତୁକ ସମସ୍ୟା ସୃଷ୍ଟି ହେବ। କାର୍ଯ୍ୟଦକ୍ଷତା ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ। ମୀନ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ବୁଧବାର ଓ ଗୁରୁବାର ଶତ୍ରୁକୁ ପରାସ୍ତ କରିବେ। ଶୁକ୍ରବାର ଓ ଶନିବାର ଧନଲାଭ ହୋଇପାରେ। କାର୍ଯ୍ୟରେ ସଫଳତା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଦୁଂ ଦୁର୍ଗାୟେ ନମଃ ମନ୍ତ୍ର ଜପ କରନ୍ତୁ। Share FacebookTwitterWhatsApp
Comments are closed.