www.samajalive.in
Saturday, December 13, 2025
26.1 C
Bhubaneswar

ୱାର୍ଲ୍ଡ ସ୍କିଲ ସେଣ୍ଟରର ପାଠ୍ୟକ୍ରମ ଆଇଟିଇଇଏସ୍‌, ସିଙ୍ଗାପୁର ଶୈଳୀରେ ପରିଚାଳିତ

ଭୁବନେଶ୍ୱର: ଓଡିଶାର ଯୁବଗୋଷ୍ଠୀଙ୍କୁ ବିଶ୍ୱସ୍ତରୀୟ କୌଶଳ ତାଲିମ ପ୍ରଦାନ କରି ରାଜ୍ୟକୁ ଆଗେଇ ନେବାକୁ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-‘ଟି’ ସଚିବ  ଭି. କେ. ପାଣ୍ଡିଆନ କହିଛନ୍ତି। ଆଜି ଶ୍ରୀ ପାଣ୍ଡିଆନ ୱାର୍ଲ୍ଡ ସ୍କିଲ ସେଣ୍ଟର ପରିଦର୍ଶନରେ ଆସି ଏହାର ପରିଚାଳନା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ବିଶ୍ୱସ୍ତରୀୟ ନିଯୁକ୍ତି ନିମନ୍ତେ ୱାର୍ଲ୍ଡ ସ୍କିଲ ସେଣ୍ଟରରେ ଏକ ବର୍ଷିଆ ଅତ୍ୟାଧୁନିକ କୌଶଳ ତାଲିମ ଦିଆଯାଉଛି। ଆଗାମୀ ଦିନରେ ଏହା ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ ଭାବେ ଉଭା ହେବ ବୋଲି ସେ କହିଛନ୍ତି। ଏଠାରୁ ପ୍ରଶିକ୍ଷଣ ନେଉଥିବା ପ୍ରଶିକ୍ଷାର୍ଥୀମାନେ ବିଶ୍ୱସ୍ତରର ପ୍ରମୁଖ ସଂସ୍ଥାମାନଙ୍କରେ ନିଯୁକ୍ତି ପାଇବେ। ଆଗାମୀ ଦିନରେ ରାଜ୍ୟର ସରକାରୀ ଆଇଟିଆଇମାନଙ୍କରେ ମଧ୍ୟ ଏହିଭଳି ଉନ୍ନତ ମାନର ଭିତ୍ତିଭୂମି ତିଆରି କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ପ୍ରଶିକ୍ଷାର୍ଥୀଙ୍କ ଆତ୍ମବିଶ୍ୱାସ ଦେଖି ସେ ଖୁସି ବ୍ୟକ୍ତ କରିବା ସହ ସେମାନଙ୍କର ଆକାଂକ୍ଷା ସ୍ତର ଅଧିକ ରହିଛି ବୋଲି ମତବ୍ୟକ୍ତ କରିଛନ୍ତି। ୱାର୍ଲ୍ଡ ସ୍କିଲ ସେଣ୍ଟରର ପାଠ୍ୟକ୍ରମ ଆଇଟିଇଇଏସ୍‌, ସିଙ୍ଗାପୁର ଶୈଳୀରେ ପରିଚାଳିତ ହେଉଛି। ତେଣୁ ଶ୍ରୀ ପାଣ୍ଡିଆନ ଏଠାରେ ମୁତୟନ ହୋଇଥିବା ଆଇଟିଇଇଏସ୍‌, ସିଙ୍ଗାପୁରର ଅଧିକାରୀମାନଙ୍କ ସହ ସେମାନଙ୍କର ଅଭିଜ୍ଞତା ବିଷୟରେ ପଚାରି ବୁଝିଥିଲେ ।

ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା କହିଛନ୍ତି ଯେ ୱାର୍ଲ୍ଡ ସ୍କିଲ ସେଣ୍ଟରରୁ ଉତ୍ତୀର୍ଣ୍ଣ ହେଉଥିବା ପ୍ରଶିକ୍ଷାର୍ଥୀଙ୍କ ନିଯୁକ୍ତି ନିମନ୍ତେ ବିଭିନ୍ନ ଏଜେନ୍ସି ଓ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ସହଭାଗିତା ଉପରେ ଗୁରୁତ୍ୱ ଦିଆଯାଉଛି। ୫-‘ଟି’ ସଚିବ ଶ୍ରୀ ପାଣ୍ଡିଆନ ବିୟୁଟି େୱଲ୍‌ନେସ୍‌ ସ୍ପା, ଫେସିଆଲ ଓ ବଡି ଥେରାପି ଷ୍ଟୁଡିଓ, ହେୟାର ଫେସନ ଡିଜାଇନ, କଟିଙ୍ଗ ଓ ଷ୍ଟାଇଲିଙ୍ଗ ଷ୍ଟୁଡିଓ, ମେକାଟ୍ରନିକ୍ସ, ନିଉମାଟିକ, ଅଟୋମେସନ ଓ ବେସିକ ରୋବୋଟିକ୍ସ, ମେକାନିକାଲ ଓ ଇଲେକ୍‌ଟି୍ରକାଲ ସର୍ଭିସେସ, ଫାୟାର ଡିଟେକ୍ସନ ଓ ପ୍ରୋଟେକ୍ସନ, ପାଇପିଂ ଓ ପ୍ଲମ୍ବିଂ, ଏୟାରକଣ୍ଡିସନିଙ୍ଗ ଓ ରେଫ୍ରିଜେରେସନ ଲ୍ୟାବ ପରିଦର୍ଶନ କରି ପ୍ରଶିକ୍ଷକ ଏବଂ ପ୍ରଶିକ୍ଷାର୍ଥୀମାନଙ୍କ ସହ ଆଲୋଚନା କରିଥିଲେ।
୨୦୨୩ ସୁଦ୍ଧା ୱାର୍ଲ୍ଡ ସ୍କିଲ ସେଣ୍ଟରରେ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଏବଂ ୨୦୨୪ ମସିହା ଭିତରେ ପ୍ରେସିସନ ଇଞ୍ଜିନିୟରିଂ ବ୍ୟବସ୍ଥା କରାଯିବ। ଏତଦ୍‌ବ୍ୟତୀତ ଏଠାରେ ଡିଜିଟାଲ ସ୍କିଲିଂ ହବ୍‌ ପ୍ରତିଷ୍ଠା ହେବ ଏବଂ ଏହା ସ୍କିଲ ପ୍ରତିଯୋଗିତାର ହବ୍‌ ରୂପେ କାର୍ଯ୍ୟ କରିବ। ଅନ୍ୟମାନଙ୍କ ମଧ୍ୟରେ ୱାର୍ଲ୍ଡ ସ୍କିଲ ସେଣ୍ଟରର ସିଇଓ ରେଘୁ ଜି ଓ ୱାର୍ଲ୍ଡ ସ୍କିଲ ସେଣ୍ଟରର ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories