www.samajalive.in
Sunday, December 7, 2025
26.1 C
Bhubaneswar

ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ଯାତ୍ରୀବାହୀ ବସ, ଯୁବକ ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥ ସଦର ଥାନା ଅନ୍ତର୍ଗତ ଗୋପାଳପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଜଣେ ବାଇକ୍ ଆରୋହୀଙ୍କ ଉପରେ ଏକ ଯାତ୍ରୀବାହୀ ବସ୍ ଚଢିଯିବାରୁ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତ ଯୁବକ ସଦର ଥାନା ଡିମ୍ବୋ ପଞ୍ଚାୟତ ପୋଡାଡିହା ଗ୍ରାମର ଦୁର୍ଗା ଚରଣ ମହାନ୍ତଙ୍କ ପୁଅ ଦିଲ୍ଲୀପ ମହାନ୍ତ (୨୮) ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ ଦିଲ୍ଲୀପ ଢେଙ୍କିକୋଟରୁ କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ଗୋପାଳପୁର ନିକଟରେ ଭୁବନେଶ୍ୱରରୁ କେନ୍ଦୁଝର ଯାଉଥିବା ନାମକ ଯାତ୍ରୀବାହୀ ବସରେ ପିଟି ହୋଇ ବସ ଚକ ଭିତରେ ପଶି ଯାଇଥିଲେ । ଫଳରେ ବସଟି ଦିଲ୍ଲୀପଙ୍କ ଉପରେ ଚଢ଼ିଯିବାରୁ ତାଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ସେଠାରୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସଦର ପୁଲିସ ଘଟଣାର ତଦନ୍ତ କରୁଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories