www.samajalive.in
Saturday, December 6, 2025
16.1 C
Bhubaneswar

ନାବାଳିକା ମୃତ୍ୟୁ ମାମଲା ; ଦୋଷୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବି କଲା ଏବିଭିପି

ଫୁଲବାଣୀ : କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳରେ ଘଟିଥିବା ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ । ସ୍ଥାନୀୟ ସାମ୍ବାଦିକ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏ ବିଷୟ ଉଠାଇ ଜିଲ୍ଲା ପ୍ରଶାସନର ଅବହେଳା ଓ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଛାତ୍ରୀ ଓ ତାର ଶିଶୁର ମୃତ୍ୟୁ ହୋଇଛି ବୋଲି କହିଛି ବିଦ୍ୟାର୍ଥୀ ପରିଷଦ । ଜିଲ୍ଲାର ଶାସକ ଦଳର ଜଣେ ନେତାଙ୍କ ସମ୍ପର୍କୀୟ ଠିକାଦାର ଏଥିରେ ସମ୍ପୃକ୍ତି ରହିଥିବା କୁହାଯାଉଥିବାରୁ ଏହାର ନିରପେକ୍ଷ ତଦନ୍ତ ଦାବି କରାଯାଇଛି । ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କ ଅବହେଳା ଯୋଗୁଁ ଏ ଘଟଣା ଘଟିଥିବାରୁ ସରକାର ସେମାନଙ୍କ ବିରୁଦ୍ଧରେ କଡା କାର୍ୟ୍ୟାନୁଷ୍ଠାନ ନିଅନ୍ତୁ ବୋଉ ଦାବି ରଖିଛି ଏବିଭିପି। ପରିଷଦର ଜିଲ୍ଲା ସଂଯୋଜକ ରୁଦ୍ର ପ୍ରସାଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ପ୍ରମୁଖ ଶିବାଶିଷ ପଣ୍ଡା, ନଗର ସମ୍ପାଦକ ଅମିତ ବେହେରା,ରାଜ୍ୟ କାର୍ୟ୍ୟକରିଣୀ ସଦସ୍ୟା ଅହଲ୍ୟା ମାଝୀ ଏବଂ ସଞ୍ଜନା କହଁର, ରଜତ ବେହେରା, ରଜତ ମହାପାତ୍ର, ତ୍ରିଲୋଚନ ଗଣ୍ଡା ଉପସ୍ଥିତ ରହିଥିଲେ । ସୂଚନାଯୋଗ୍ୟ, ରବିବାର ବିଜେପିର ଏକ ପ୍ରତିନିଧି ଦଳ ବେଲଘର ଯାଇ ପିଡିତାଙ୍କ ପରିବାରକୁ ଭେଟିବା ସହ ଘଟଣାର ଅନୁଧ୍ୟାନ କରିଛନ୍ତି।

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories